www.samajalive.in
Saturday, December 13, 2025
26.1 C
Bhubaneswar

ମର୍ମନ୍ତୁଦ ଦୁର୍ଘଟଣା ; ଗୋଟିଏ ପରିବାରର ୨ ଶିଶୁ ସମେତ ୮ ମୃତ

ବାରମେର : ରାଜସ୍ଥାନର ବାରମେରରେ ସୋମବାର ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। କାର-ଟ୍ରକ ମଧ୍ୟରେ ଦୁର୍ଘଟଣା ଘଟି ଗୋଟିଏ ପରିବାରର ଆଠ ଜଣଙ୍କର ଜୀବନ ଚାଲି ଯାଇଛି। ମୃତକଙ୍କ ମଧ୍ୟରେ ଦୁଇ ଜଣ ଶିଶୁ ମଧ୍ୟ   ରହିଛନ୍ତି। ସଭିଏଁ ବରଯାତ୍ରୀ ଭାବେ ଗୋଟିଏ ବିବାହ ସମାରୋହରେ ଯୋଗ ଦେବା ପାଇଁ ଯାଉଥିବା ସମୟରେ ଏହି ଦୁର୍ଘଟଣା ଘଟିଛି।
ମିଳିଥିବା ସୂଚନାନୁଯାୟୀ, ଏହି ମର୍ମନ୍ତୁଦ ସଡକ ଦୁର୍ଘଟଣା ଗୁଦାମାଲାନୀ ଥାନା ନିକଟରେ ଘଟିଛି। ଜାଲୋରର ସେଡିୟା ବାସିନ୍ଦା ଏକ ପରିବାର ବାରମେର ଜିଲାରୁ ଗୁଦାମାଲାନୀ ଯାଉଥିଲେ। କାରରେ ପ୍ରାୟ ୯ ଜଣ ଯାତ୍ରା କରୁଥିଲେ। ଗୁଦାମାଲାନୀ ଜାତୀୟ ରାଜପଥରେ ଏହି କାର ସହ ଟ୍ରକର ଧକ୍କା ହୋଇଥିଲା। ଫଳରେ ଦୁର୍ଘଟଣାରେ ଘଟଣା ସ୍ଥଳରେ ହିଁ ଛଅ ଜଣଙ୍କର ମୃତ୍ୟୁ ହୋଇଥିଲା। ଅନ୍ୟ ଦୁଇ ଜଣଙ୍କର ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଥିଲା। ଦୁର୍ଘଟଣାରେ କାରଟି ସମ୍ପୂର୍ଣ୍ଣ ଭାବେ କ୍ଷତିଗ୍ରସ୍ତ ହୋଇଛି। ଧକ୍କା ହେବା ପରେ କିଛି ବାଟ ଯାଇ ଟ୍ରକଟି ମଧ୍ୟ ଓଲଟି ପଡିଥିଲା। ଖବର ପାଇବା ମାତ୍ରେ ପୁଲିସ, ଉଦ୍ଧାରକାରୀ ଦଳ ଘଟଣା ସ୍ଥଳରେ ପହଞ୍ଚି ଉଦ୍ଧାରକାର୍ଯ୍ୟ ଆରମ୍ଭ କରିଥିଲେ। ମୃତାହତଙ୍କୁ ଉଦ୍ଧାର କରାଯାଇ ହସ୍ପିଟାଲ ନିଆଯାଇଥିଲା। ପୁଲିସ ଘଟଣାର ତଦନ୍ତ ଜାରି ରଖିଛି।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories