www.samajalive.in
Tuesday, December 9, 2025
16.1 C
Bhubaneswar

ଜାରକା ଷ୍ଟାଡିୟମଠାରେ ନୂତନ ମହିଳା ଗୋଷ୍ଠୀକେନ୍ଦ୍ରର ଉଦ୍‍ଘାଟନ

ଯାଜପୁର : କଳ୍ପତରୁ ଦାସ ଷ୍ଟାଡିୟମଠାରେ ନୂତନ ମହିଳା ଗୋଷ୍ଠୀକେନ୍ଦ୍ର ଉଦ୍‍ଘାଟନ ହୋଇଯାଇଅଛି । ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥିଭାବେ ଧର୍ମଶାଳାର ବିଧାୟକ ପ୍ରଣବ କୁମାର ବଳବନ୍ତରାୟ ଯୋଗଦେଇ ଫିତା କାଟି ଉଦ୍‍ଘାଟନ କରିଥିବା ବେଳେ ସମ୍ମାନନୀୟ ଅତିଥି ଭାବେ ଧର୍ମଶାଳା ବ୍ଲକ୍ ଅଧ୍ୟକ୍ଷ ପ୍ରଭାତ କୁମାର ବଳବନ୍ତରାୟ, ରସୁଲପୁର ବ୍ଲକ୍ ଅଧ୍ୟକ୍ଷ ଅରୁଣ କୁମାର ରାଉତ ଯୋଗଦେଇଥିଲେ । ଅନ୍ୟମାନଙ୍କ ମଧ୍ୟରେ ୧୪ନଂ ଜୋନ ଜିଲ୍ଲା ପରିଷଦ ସଭ୍ୟ ଜଳଧର ମହାନ୍ତି, ୧୩ ନଂ ଜୋନ ଜିଲ୍ଲା ପରିଷଦ ସଭ୍ୟା ସ୍ମୃତିରେଖା ବେହେରା, ୧୧ନଂ ଜୋନ ଜିଲ୍ଲା ପରିଷଦ ସଭ୍ୟ ତପନ ସାହୁ, ୧୨ନଂ ଜୋନ ଜିଲ୍ଲା ପରିଷଦ ସଭ୍ୟା ପ୍ରଣତୀ ଲେଙ୍କା, ସାଂସଦଙ୍କ ପ୍ରତିନିଧି ଉତ୍କଳମଣୀ ଦାସ, ବିଧାୟକଙ୍କ ପ୍ରତିନିଧି ନିର୍ମଳ ପ୍ରଧାନ, ଯୁବ ସଭାପତି କ୍ଷିତିଶ କୁମାର ନାୟକ, ଛାତ୍ର ସଭାପତି ଜଗଦାନନ୍ଦ ରାଉତ, ନିର୍ବାଚନ ମଣ୍ଡଳୀ ସଭାପତି ଜଳଧର ସାହୁ, ରେଣୁବାଳା ଶତପଥୀ, ମହିଳା ସଭାପତି ବିଶ୍ୱ ବନ୍ଦନା ଜେନା, ଗାର୍ଲସ ୱିଙ୍ଗ୍ ସଭାନେତ୍ରୀ କ୍ଷିରାବ୍ଧୀ ତନୟା ମଲ୍ଲିକ୍, ପୂର୍ବତନ ଜିଲ୍ଲା ପରିଷଦ ନିରଞ୍ଜନ ରାଉତ ଏବଂ ସମସ୍ତ ଗ୍ରାମ ପଞ୍ଚାୟତର ସରପଞ୍ଚ, ସମିତିସଭ୍ୟ, ଜିଲ୍ଲା ଓ ବ୍ଲକ୍ କର୍ମକର୍ତ୍ତା ଉପସ୍ଥିତ ରହି କାର୍ଯ୍ୟକ୍ରମ କରିଥିଲେ । ଯୁବ ସଂଗଠକ ପ୍ରତାପ ପ୍ରଧାନଙ୍କ ତତ୍ତ୍ୱାବଧାନରେ ଏହି କାର୍ଯ୍ୟକ୍ରମ କରାଯାଇଥିଲା ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories