www.samajalive.in
Sunday, December 7, 2025
16.1 C
Bhubaneswar

ଦମାହୁଦାରେ ଜଙ୍ଗଲ ଜମି ପଟ୍ଟା ବଣ୍ଟନ ମେଳା

ପାଟଣା: ସାହାରପଡା ବ୍ଲକ ଦାମାହୁଦା ପଞ୍ଚାୟତରେ ଜଙ୍ଗଲ ଜମି ପଟ୍ଟା ବଣ୍ଟନ ମେଳା ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟଅତିଥି ଭାବେ ପାଟଣା ବିଧାୟକ ତଥା ଜିଲ୍ଲା ଯୋଜନା ବୋର୍ଡ଼ ଅଧ୍ୟକ୍ଷ ଜଗନ୍ନାଥ ନାଏକ ଯୋଗ ଦେଇ ୪୩ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ବଣ୍ଟନ କରିବା ସହ ଏହି ପଟ୍ଟା ପାଇଥିବା ବ୍ୟକ୍ତିଙ୍କୁ ମିଳୁଥିବା ସୁବିଧା ସୁଯୋଗ ବିଷୟରେ ସୂଚନା ପ୍ରଦାନ କରିଛନ୍ତି । କାର୍ଯ୍ୟକ୍ରମରେ ସାହାରପଡା ବିଡିଓ ଲମ୍ବୋଦର ଖୁଣ୍ଟିଆ ତହସିଲଦାର ବାବାଜୀ ଚରଣ ସିଂହ, ବ୍ଲକ ଅଧ୍ୟକ୍ଷା ରିନା ନାଏକ, ଜିଲ୍ଲା ପରିଷଦ ସଦସ୍ୟ ବୁଦ୍ଧଦେଵ ମହାକୁଡ଼ ଓ ଚମ୍ପାବତୀ ଟୁଡୁ ,ଦାମାହୁଦା ସରପଞ୍ଚ ବାସନ୍ତୀ ଟୁଡୁ ସମିତି ସଭ୍ୟ ପରମେଶ୍ବର ସେଠୀ, ମଙ୍ଗଳ ସମ୍ପ୍ରସାରଣ ଅଧିକାରୀ ଦେବଦର୍ଶିନୀ ପ୍ରୀତିରେଖା, ଏଫ ଆର ଏ ସଂଯୋଜକ ଲକ୍ଷ୍ମୀଧର ମହାନ୍ତ ଓ ପଞ୍ଚାୟତ ନିର୍ବାହି ଅଧିକାରୀ ପ୍ରସନ୍ନ କୁମାର ସାହୁ ପ୍ରମୁଖ କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ।

Hot this week

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

Related Articles

Popular Categories