www.samajalive.in
Sunday, December 14, 2025
26.1 C
Bhubaneswar

ମୌସୁମୀ ଏବେ ଅନୁକୂଳ

ଭୁବନେଶ୍ବର : ମୌସୁମୀ ପାଇଁ ପାଗ ଏବେ ଅନୁକୂଳ ରହିଛି। ଆଗମନରେ ସୃଷ୍ଟି ହୋଇଥିବା ବାଧା ଦୂର ହୋଇଛି। ଫଳରେ ଆସନ୍ତା ଦୁଇଦିନ ମଧ୍ୟରେ ଆନ୍ଧ୍ରପ୍ରଦେଶ, ତେଲେଙ୍ଗାନା ଓ ମହାରାଷ୍ଟ୍ରରେ ପ୍ରାକ୍‌ ମୌସୁମୀ ବର୍ଷା ହେବା ନେଇ ଆକଳନ କରିଛି ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି)। କର୍ଣ୍ଣାଟକ ଓ କେରଳରେ ମୌସୁମୀ ବର୍ଷା ଧିମା ରହିଥିବାବେଳେ ଏବେ ପୁଣି ଆରମ୍ଭ ହୋଇଯାଇଛି । ମୌସୁମୀର ଏଭଳି ଅନୁକୂଳ ସ୍ଥିତି ଓଡ଼ିଶା ଆଗମନର ଶୁଭ ସଙ୍କେତ ବୋଲି ଆଶା କରାଯାଉଛି।
ଅନ୍ୟପକ୍ଷରେ ପଶ୍ଚିମ ଓଡ଼ିଶାରେ ତାତି ଶୁକ୍ରବାର ସାମାନ୍ୟ କମିଛି। ଉପକୂଳରେ କୋହଲା ପାଗ ସହ କିଛିଟା ଗୁଳୁଗଳୁି ଅନୁଭୂତ ହୋଇଥିବାବେଳେ ପଶ୍ଚିମ ଓଡ଼ିଶାର ପ୍ରାୟ ସହରରେ ସର୍ବାଧିକ ତାପମାତ୍ରା ୪୧ ଡିଗ୍ରୀକୁ ଖସି ଆସିଛି। ଆଜି ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡ଼ିଶାର ୬ ସହରରେ ପାରଦ ୪୦ ଡିଗ୍ରୀ କିମ୍ବା ତା’ଠାରୁ ଅଧିକ ରହିଛି। ୪୨.୫ ଡିଗ୍ରୀ ସହ ବୌଦ୍ଧ ରାଜ୍ୟର ସବୁଠୁ ଉତ୍ତପ୍ତ ସହର ପାଲଟିଛି। କିନ୍ତୁ ଆସନ୍ତା ୪ଦିନ ପର୍ଯ୍ୟନ୍ତ କାଳବୈଶାଖୀ ପ୍ରଭାବରେ ବିଭିନ୍ନ ରାଜ୍ୟରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇପାରେ। କିଛି ଅଞ୍ଚଳରେ ବଜ୍ରପାତ ନେଇ ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ସତର୍କ ସୂଚନା ଜାରି କରିଛି। ବର୍ଷା ହେବା ଦ୍ବାରା ତାତିରୁ ସାମାନ୍ୟ ଆଶ୍ବସ୍ତି ମିଳିବା ସମ୍ଭାବନା ରହିଛି। ସେହିପରି ଉପକୂଳ ଓଡ଼ିଶାର
ଜିଲାଗୁଡ଼ିକରେ ପାଗ ମେଘୁଆ ରହିବା ହେତୁ ଗୁଳୁଗୁଳି କମ୍‌ ଅନୁଭୂତ ହୋଇଛି।
ଆସନ୍ତା ୨୪ଘଣ୍ଟା ମଧ୍ୟରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା ଏବଂ କଳାହାଣ୍ଡି ଜିଲାର ଗୋଟିଏରୁ ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମ ଧରଣ ବର୍ଷା ହୋଇପାରେ। ଅନ୍ୟପଟେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, ଗଜପତି ଏବଂ ମୟୂରଭଞ୍ଜ ଜିଲାର ଗୋଟିଏରୁ ଦୁଇଟି ଅଞ୍ଚଳରେ ବଜ୍ରପାତକୁ ଦୃଷ୍ଟିରେ ରଖି ଉପରୋକ୍ତ ଜିଲାଗୁଡ଼ିକୁ ପାଣିପାଗ ବିଭାଗ ପକ୍ଷରୁ ହଳଦିଆ ସତର୍କ ସୂଚନା ଜାରି କରାଯାଇଛି। ସତର୍କ ରହିବାକୁ ସ୍ବତନ୍ତ୍ର ରିଲିଫ ଆୟୁକ୍ତ (ଏସ୍‌ଆସି) ପ୍ରଦୀପ କୁମାର ଜେନା ଜିଲାପାଳଙ୍କୁ ପରାମର୍ଶ ଦେଇଛନ୍ତି।
ପାଣିପାଗ ବିଜ୍ଞାନ କେନ୍ଦ୍ରର ଆକଳନ କହୁଛି, ଆସନ୍ତା ୩ରୁ ୪ଦିନ ପର୍ଯ୍ୟନ୍ତ ସର୍ବାଧିକ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ। ଆଜି ଝାରସୁଗୁଡ଼ା ୪୧.୨, ସମ୍ବଲପୁର ୪୧.୮, ସୁନ୍ଦରଗଡ଼ ୪୧, ହୀରାକୁଦ ୪୦.୯, ବରଗଡ଼ ୪୧, ଭୁବନେଶ୍ବର ୩୧ ଏବଂ କଟକରେ ସର୍ବାଧିକ ତାପମାତ୍ରା ୩୧.୨ ଡିଗ୍ରୀ ରେକର୍ଡ ହୋଇଛି। ଟିଟିଲାଗଡ଼, ଭବାନୀପାଟଣା, ପୁରୀ, ଗୋପାଳପୁର ଏବଂ ପାରାଦ୍ବୀପରେ ହାଲୁକା ବର୍ଷା ହୋଇଛି।

Hot this week

ଧାନ କଟା ମେସିନରେ କଟିଗଲେ ଯୁବଚାଷୀ

ସମାଜ ଲାଇଭ ଡେସ୍କ :ବାଲେଶ୍ଵର ରେ ଧାନକଟା ମେସିନ୍ ରେ  କଟି...

ଧାନ ଜମିରେ ଜଳିଗଲେ ଚାଷୀ

ସମାଜଲାଇଭ ଡେସ୍କ: ଧାନ ଜମିରେ ଜଳିଗଲେ ଚାଷୀ। ପୁରୀ ଜିଲା ପିପିଲି...

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

Related Articles

Popular Categories