www.samajalive.in
Thursday, December 11, 2025
15.1 C
Bhubaneswar

ଜଳିଗଲା ଚଳନ୍ତା ବସ୍‌; ଅଳ୍ପକେ ବର୍ତ୍ତିଲେ ୩୦ ଯାତ୍ରୀ

କରଞ୍ଜିଆ: ୪୯ ନଂ ଜାତୀୟ ରାଜପଥ କାଞ୍ଜିପାଣି ଘାଟିରେ ଜଳିଗଲା ଚଳନ୍ତା ଯାତ୍ରୀବାହୀ ବସ୍‌ । ସର୍ଟସର୍କିଟ ଯୋଗୁ ବସରେ ନିଆଁ ଲାଗିଯାଇଥିବା ବେଳେ ଦୁର୍ଘଟଣାରୁ ୩୦ରୁ ଅଧିକ ଯାତ୍ରୀ ଅଳ୍ପକେ ବର୍ତ୍ତି ଯାଇଛନ୍ତି । ସୂଚନା ଅନୁଯାୟୀ ରାଉରକେଲାରୁ କେନ୍ଦୁଝରକୁ ‘ପାଢ଼ୀ’ ନାମକ ଏକ ଯାତ୍ରୀବାହୀ ବସ୍‌ ଆସୁଥିବା ବେଳେ କାଞ୍ଜିପାଣି ଘାଟି ନିକଟରେ ନିଆଁ ଲାଗିଯାଇଥିଲା । ବସରୁ ଧୂଆଁ ବାହାରୁଥିବା ଦେଖି ଯାତ୍ରୀମାନେ ବସରୁ ଓହ୍ଲାଇ ପଡ଼ିଥିଲେ । ଫଳରେ ଯାତ୍ରୀ ମାନଙ୍କର କୌଣସି ଅସୁବିଧା ହୋଇନାହିଁ । ହେଲେ ବସଟି ଜଳିଯାଇଥିବା ଜଣାପଡ଼ିଛି । ଘଟଣାସ୍ଥଳରେ ପୁଲିସ ପହଞ୍ଚି ତଦନ୍ତ ଚଳାଇଛି ।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories