ଦେଶରେ ୮ ହଜାର ଟପିଲା ଦୈନିକ କରୋନା ସଂକ୍ରମଣ; ଆଉ ୧୦ ମୃତ

ନୂଆଦିଲ୍ଲୀ: ଦେଶରେ ବଢ଼ୁଛି କରୋନା ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା । ଆଜି ପୁଣି ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିଥିବା ବେଳେ ୮ହଜାର ଉପରେ ଦୈନିକ ସଂକ୍ରମଣ ମାମଲା ଚିହ୍ନଟ ହୋଇଛି । ଗତ ୨୪ ଘଣ୍ଟାରେ ଦେଶରେ ଆଉ ୮ହଜାର ୩୨୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଗୋଟିଏ ଦିନରେ କରୋନାରୁ ଆଉ ୪ହଜାର ୨୧୬ ଜଣ ସଂକ୍ରମିତ ସୁସ୍ଥ ହୋଇଛନ୍ତି ।

prayash

ଦେଶରେ କରୋନା ସଂକ୍ରମଣ ଜାରି ରହିଥିବାରୁ କିଛି ଆକ୍ରାନ୍ତଙ୍କ ମଧ୍ୟ ମୃତ୍ୟୁ ହେଉଛି । କରୋନା ଯୋଗୁ ଗତ ୨୪ ଘଣ୍ଟାରେ ଆଉ ୧୦ଜଣଙ୍କ ମୃତ୍ୟୁ ହୋଇଛି । ସେପଟେ ଲଗାତର ଦେଶରେ କରୋନା ସଂକ୍ରମଣ ବଢ଼ୁଥିବାରୁ ୪୦ ହଜାର ଉପରେ ରହିଛି ମୋଟ୍‌ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା । ଆଜିର ଚିହ୍ନଟ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ମୋଟ୍‌ ୪୦, ୩୭୦ ଜଣ କରୋନା ସକ୍ରିୟ ଆକ୍ରାନ୍ତ ରହିଥିବା ସୂଚନା ଦିଆଯାଇଛି ।

ସୁସ୍ଥତା ତୁଳନାରେ ଦୈନିକ ସଂକ୍ରମଣ ବୃଦ୍ଧି ପାଇବା ହେତୁ ଦେଶରେ ପଜିଟିଭିଟି ହାର  ମଧ୍ୟ ବୃଦ୍ଧି ପାଉଛି । ସେପଟେ ଆଜିର ମୃତକଙ୍କୁ ମିଶାଇ ଦେଶରେ ମୋଟ୍‌ ୫ଲକ୍ଷ ୨୪ ହଜାର ୭୫୭ଜଣଙ୍କ ମୃତ୍ୟୁ ହୋଇଛି । ସେହିପରି ଏଯାଏ ଦେଶରେ ମୋଟ୍‌ କରୋନାରୁ ସୁସ୍ଥ ହେଲେଣି ୪,୨୬,୪୮,୩୦୮ଜଣ ଆକ୍ରାନ୍ତ । ଦେଶରେ କରୋନା ସଂକ୍ରମଣ ଜରି ରହିଥିବାରୁ ଟିକାକରଣ ମଧ୍ୟ କରାଯାଉଛି । ଏଯାଏ ୧୯୪.୯୨ ​‌କୋଟି ଡୋଜ୍‌ ଟିକା ଦିଆସରିଲାଣି ।

kalyan agarbati

Comments are closed.