www.samajalive.in
Tuesday, December 9, 2025
26.1 C
Bhubaneswar

ମନ୍ତ୍ରୀଙ୍କ ଦ୍ୱାରା ଆଇସିଆଇସିଆଇ ବ୍ୟାଙ୍କ ଶାଖା ଉଦ୍‍ଘାଟିତ

ଆଠଗଡ଼: ଆଠଗଡ଼ରେ ଆଇସିଆଇସିଆଇ ବ୍ୟାଙ୍କର ଏକ ଶାଖା ଶୁକ୍ରବାର ସ୍ଥାନୀୟ ବିଧାୟକ ତଥା କୃଷି, ମତ୍ସ ଓ ପ୍ରାଣୀସଂପଦ ବିଭାଗ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁଙ୍କ ଦ୍ୱାରା ଉଦ୍‍ଘାଟିତ ହୋଇଯାଇଛି। ବ୍ୟାଙ୍କର ଶାଖା ପ୍ରବନ୍ଧକ ପ୍ରଦୀପ୍ତ କୁମାର ପତିଙ୍କ ପୌରୋହିତ୍ୟରେ ଅନୁଷ୍ଠିତ ଏହି ଉଦ୍‍ଘାଟନୀ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଯୋଗଦେଇଥିବା ମନ୍ତ୍ରୀ ଶ୍ରୀ ସ୍ୱାଇଁ ଆଠଗଡ଼ରେ ଏହି ଆଇସିଆଇସିଆଇ ବ୍ୟାଙ୍କ ଶାଖା ଖୋଲିବା ଦ୍ୱାରା ଜନସାଧାରଣ ଅଧିକରୁ ଅଧିକ ବ୍ୟାଙ୍କିଙ୍ଗ ସେବା ପାଇ ଉପକୃତ ହୋଇ ପାରିବେ ବୋଲି ମତବ୍ୟକ୍ତ କରିଥିଲେ। କ୍ଷୁଦ୍ର ଓ ନାମମାତ୍ର ଚାଷୀ ଏବଂ କ୍ଷୁଦ୍ର ବ୍ୟବସାୟୀଙ୍କୁ ଅଗ୍ରାଧିକାର ଭିତ୍ତିରେ ଋଣ ଯୋଗାଇ ଦେବା ପାଇଁ ମନ୍ତ୍ରୀ ଆଇସିଆଇସିଆଇ ବ୍ୟାଙ୍କ କର୍ତ୍ତୃପକ୍ଷଙ୍କୁ ପରାମର୍ଶ ଦେଇଥିଲେ। ଏହି କାର୍ଯ୍ୟକ୍ରମରେ ନଗରପାଳ ସସ୍ମିତା ରାଉତ ଓ ୯ନଂ ୱାର୍ଡ ପାରିଷଦ ପ୍ରଶାନ୍ତ ବେହେରା ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ। ବ୍ୟାଙ୍କର ଶାଖା ଉପପ୍ରବନ୍ଧକ ସଂଗ୍ରାମ ମନ୍ତ୍ରୀ କାର୍ଯ୍ୟକ୍ରମ ସଂଯୋଜନା କରିବା ସହ ଧନ୍ୟବାଦ ଅର୍ପଣ କରିଥିଲେ।

Hot this week

ପୀତବାସ ପଣ୍ଡା ହତ୍ୟା ମାମଲା: ବିକ୍ରମଙ୍କ ସହ ୫ଜଣଙ୍କ ଜାମିନ୍‌ ରାୟ ସଂରକ୍ଷିତ

ସମାଜ ଡିଜିଟାଲ ଡେସ୍କ: ପୀତପଣ୍ଡା ହତ୍ୟା ମାମଲାରେ ପୂର୍ବତନ ବିଧାୟକ ବିକ୍ରମ...

ବିଜେପି ମୋର୍ଚ୍ଚା ସଭାପତି : ଅଭିଳାଷ , ଐଶ୍ଵର୍ଯ୍ୟା ରିପିଟ୍‌

ଭୁବନେଶ୍ଵର : ମୋର୍ଚ୍ଚା ସଭାପତି ଓ ଜିଲ୍ଲା ପ୍ରଭାରୀ ଘୋଷଣା କଲେ...

ଚୁଟ୍‌କିରେ ଦୂର ହେବ କେଶ ଝଡିବା ସମସ୍ୟା : ବ୍ୟବହାର କରନ୍ତୁ ଏହି ମାସ୍କ

ନୂଆଦିଲ୍ଲୀ : ଆଜିକାଲି ସମୟରେ କେଶ ଝଡିବା ସମସ୍ତଙ୍କ ପାଇଁ ଏକ...

ବାରବାଟୀ ଜଗିଛନ୍ତି ୫୦ପ୍ଲାଟୁନ ଫୋର୍ସ

ସମାଜ ଡିଜିଟାଲ ଡେସ୍କ: ଆଜି ବାରବାଟୀରେ ବିଗ୍‌ ଫାଇଟ୍‌ । ମ୍ୟାଚ...

ଇଣ୍ଡିଗୋକୁ ୫% ବିମାନ ଉଡାଣ ହ୍ରାସ କରିବାକୁ ନିର୍ଦ୍ଦେଶ ଦେଲେ ସରକାର

ସମାଜ ଲାଇଭ ଡ଼େସ୍କ : ଦେଶରେ ବିମାନ ଉଡାଣରେ ବିଶୃଙ୍ଖଳା ପାଇଁ...

Related Articles

Popular Categories