www.samajalive.in
Monday, December 8, 2025
17.1 C
Bhubaneswar

ସାକ୍ଷୀଗୋପାଳରୁ ବଉଳ କାଠ ଶଗଡିକୁ ପୁରୀ ମେଲାଣି

ସୁଆଣ୍ଡୋ : ଶ୍ରୀଜଗନ୍ନାଥଙ୍କ ଶ୍ରୀଅଙ୍ଗ ସେବା ପାଇଁ ତଥା ବାହୁଟ ସେନାପଟା ସେବା ପାଇଁ ସାକ୍ଷୀଗୋପାଳରୁ ବଉଳ କାଠକୁୂ ଏକ ମନୋରମ ବର୍ଣ୍ଣାଢ଼୍ୟ ଶୋଭାଯାତ୍ରାରେ ମେଲାଣି ଦିଆଯାଇଛି । କାହିଁ କେଉଁ କାଳରୁ ଶ୍ରୀ ଜଗନ୍ନାଥ ସଂସ୍କୃତି ଓ ପରମ୍ପରା ଅନୁଯାୟୀ ସାକ୍ଷୀଗୋପାଳ ବକୁଳବନରୁ ଶ୍ରୀ ଜିଉଙ୍କ ରଥଯାତ୍ରା ପାଇଁ ସେନାପଟା ଓ ବାହୁଟ ସେବା ନିମନ୍ତେ ଆବଶ୍ୟକ ବଉଳକାଠ ସଂଗ୍ରହ କରାଯାଇଥାଏ । ଶନିବାର ନିର୍ଜଳା ଏକାଦଶୀ ତିଥିର ବଣ୍ଣାଢ଼୍ୟ ଶୋଭାଯାତ୍ରାରେ ଅପରାହ୍ନରେ ମେଲାଣି ଦିଆଯାଇଛି । ଶ୍ରୀମନ୍ଦିର ଦେବନୀତି ପରେ ମହାପ୍ରଭୁଙ୍କ ଠାରୁ ଆସିଥିବା ଆଜ୍ଞାମାଳ ପ୍ରଥମେ ବଉଳ ବୃକ୍ଷରେ ବନ୍ଧାଯାଇ ସେଠାରେ ସ୍ରୋତୀୟ ବାହ୍ମଣ ମାନଙ୍କ ଦ୍ୱାରା ପୂଜାର୍ଚ୍ଚନା ଓ ହୋମ କରାଯାଇଥିଲା । ରଥ ନିର୍ମାଣ ତତ୍ୱାବଧାରକ ସୁଦର୍ଶନ ମେକାପ ଭୋଇ ସେବକ ରବି ଭୋଇ ଓ ଧୋବା ଭୋଇ ମାନଙ୍କ ସହିତ ସାକ୍ଷୀଗୋପାଳ ମନ୍ଦିର ନିକଟ ବାଳିଆଖିଆ ବଗିଚାରେ ଚିହ୍ନଟ କରାଯାଇଥିବା ବଉଳବୃକ୍ଷ ଛେଦନ କରିଥିଲେ। କାଠକୁ ବଳଦ ଶଗଡରେ ଲଦା ଯାଇଥିଲା । ସଂକୀର୍ତ୍ତନ କରାଯାଇ ସିଦ୍ଧବକୁଳଙ୍କ ମନ୍ଦିର ପର୍ଯ୍ୟନ୍ତ ଅଣାଯାଇଥିଲା । ସେଠାରେ ଭକ୍ତ ମାନଙ୍କ ଦର୍ଶନ ପାଇଁ କିଛି ସମୟ ରଖାଯାଇଥିଲା । ସେଠାରେ ସତ୍ୟବାଦୀ ସଂସ୍ଳୃତି ସୁରକ୍ଷା ମଞ୍ଚ ପକ୍ଷରୁୂ ସାହିତ୍ୟ ଆସର ସହିତ ଏକ ବ୍ୟାନର ଓ ଫଟୋ ପ୍ରଦର୍ଶନୀ କରାଯାଇଥିଲା। କାର୍ଯ୍ୟକ୍ରମକୁ ସତ୍ୟବାଦୀ ସଂସ୍କୃତି ସୁରକ୍ଷା ମଞ୍ଚର ସମ୍ପାଦକ କିଶୋର ଚନ୍ଦ୍ର ମହାପାତ୍ର ପରିଚାଳନା କରିଥିଲେ । ଅପରାହ୍ନରେ ତହସିଲଦାର ଜୟନ୍ତ କୁମାର ଜୟସିଂ,ବ୍ଳକ ଅଧ୍ୟକ୍ଷ ସୁନିଲ କୁମାର ପଣ୍ଡା, ବିଡିଓ କ୍ଷୀରୋଦ କୁମାର ବେହେରା ମନ୍ଦିର କାର୍ଯ୍ୟନିର୍ବାହୀ ଅଧିକାରୀ ବସନ୍ତ କୁମାର ପ୍ରଧାନ, ପ୍ରମୁଖ ପତକା ଦେଖାଇ ଶଗଡିକୁ ମେଲାଣି ଦେଇଥିଲେ । ବକୁଳବନ ଠାରୁ ସତ୍ୟବାଦୀ ସଂସ୍ଳୃତି ସୁରକ୍ଷା ମଞ୍ଚ ଆନୁକୂଲ୍ୟରେ ହରିନାମ କୀର୍ତ୍ତନରେ ଜଗନ୍ନାଥ ପ୍ରେମୀ ଶ୍ରଦ୍ଧାଳୁମାନେ ଏକ ଆଧ୍ୟାତ୍ମିକ ପଟୁଆରରେ ବ୍ଳକ ଛକ ପର୍ଯ୍ୟନ୍ତ ନିଆଯାଇ ଶଗଡି ଶ୍ରୀକ୍ଷେତ୍ର ଅଭିମୁଖେ ମେଲାଣି ଦିଆଯାଇଛି ।

Hot this week

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

Related Articles

Popular Categories