www.samajalive.in
Monday, December 15, 2025
17.1 C
Bhubaneswar

ସାପ୍ତାହିକ ରାଶିଫଳ (୧୨/୦୬ ରୁ ୧୮/୦୬/୨୦୨୨)

ମେଷ : ରବିବାର ଦୁର୍ଘଟଣାଗ୍ରସ୍ତ ହୋଇପାରନ୍ତି। ସୋମବାରଠାରୁ ବୁଧବାର ପର୍ଯ୍ୟନ୍ତ ସମୟ ଅନୁସାରେ କାର୍ଯ୍ୟ କରି ପ୍ରଶଂସିତ ହେବେ। ଗୁରୁବାରଠାରୁ ଶନିବାର କାର୍ଯ୍ୟରେ ପ୍ରତିଷ୍ଠା ଲାଭ କରିବେ। ମହିଳା ଓ ବିଦ୍ୟାର୍ଥୀ ଆନନ୍ଦିତ ହେ​‌େ​‌ବ। ରିଷ୍ଟଖଣ୍ଡନ ପାଇଁ ଓଁ ହ୍ରୀଂ ଓଁ ମନ୍ତ୍ର ଜପ କରନ୍ତୁ।

ବୃଷ : ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ପିଲାଙ୍କ ପାଇଁ ଗର୍ବ ଅନୁଭବ କରିବେ। ବୁଧବାରଠାରୁ ଶୁକ୍ରବାର ପର୍ଯ୍ୟନ୍ତ ମାଲିମକଦ୍ଦମାର ଶିକାର ହୋଇପାରନ୍ତି। ଶନିବାର ଆୟ ବୃଦ୍ଧି ହେବ। ମହିଳା ଓ ବିଦ୍ୟାର୍ଥୀ ମଧ୍ୟମ ଫଳ ପାଇବେ। ରିଷ୍ଟଖଣ୍ଡନ ପାଇଁ ଓଁ ଏକଦନ୍ତାୟ ବିଦ୍ମହେ ବକ୍ରତୁଣ୍ଡାୟ ଧୀମହି ତନ୍ନୋଦନ୍ତୀ ପ୍ରଚୋଦୟାତ୍‌ ମନ୍ତ୍ର ଜପ କରନ୍ତୁ।

ମିଥୁନ : ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ପିଲାଙ୍କ ପାଇଁ ଗର୍ବ ଅନୁଭବ କରିବେ। ବୁଧବାରଠାରୁ ଶୁକ୍ରବାର ପର୍ଯ୍ୟନ୍ତ ମାଲିମକଦ୍ଦମାର ଶିକାର ହୋଇପାରନ୍ତି। ଶନିବାର ଆୟ ବୃଦ୍ଧି ହେବ। ମହିଳା ଓ ବିଦ୍ୟାର୍ଥୀ ମଧ୍ୟମ ଫଳ ପାଇବେ। ରିଷ୍ଟଖଣ୍ଡନ ପାଇଁ ଓଁ ଏକଦନ୍ତାୟ ବିଦ୍ମହେ ବକ୍ରତୁଣ୍ଡାୟ ଧୀମହି ତନ୍ନୋଦନ୍ତୀ ପ୍ରଚୋଦୟାତ୍‌ ମନ୍ତ୍ର ଜପ କରନ୍ତୁ।

କର୍କଟ : ରବିବାର ଓ ସୋମବାର ଆନନ୍ଦରେ ସମୟ କଟିବ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ ନିଜର ଜ୍ଞାନ ବଳରେ ଶତ୍ରୁକୁ ପରାସ୍ତ କରିବେ। ଶୁକ୍ରବାର ଓ ଶନିବାର ଦ୍ରବ୍ୟ ଚୋରି ହୋଇପାରେ। ମହିଳା ଓ ବିଦ୍ୟାର୍ଥୀ ପ୍ରତିକ୍ରିୟାଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ଭୁବନେଶ୍ବରୀଙ୍କ ମନ୍ତ୍ର ଜପ କରନ୍ତୁ।

ସିଂହ : ରବିବାର ଶାରୀରିକ ଅସୁସ୍ଥତା ଦେଖାଦେବ। ସୋମବାରଠାରୁ ବୁଧବାର ପର୍ଯ୍ୟନ୍ତ ଧାର୍ମିକ କାର୍ଯ୍ୟରେ ଯୋଗଦେବେ। ଗୁରୁବାରଠାରୁ ଶନିବାର ପର୍ଯ୍ୟନ୍ତ ନୂତନ ଦ୍ରବ୍ୟ କ୍ରୟ କରିବେ। ମହିଳା ଓ ବିଦ୍ୟାର୍ଥୀ ଯଶଲାଭ କରିବେ। ରିଷ୍ଟଖଣ୍ଡନ ପାଇଁ ଓଁ ଘୃଣି ସୂର୍ଯ୍ୟନାରାୟଣାୟ ମନ୍ତ୍ର ଜପ କରନ୍ତୁ।

କନ୍ୟା :​‌  ରବିବାର ମନନଶୀଳ ହେବେ। ସୋମବାର ଓ ମଙ୍ଗଳବାର ମାନସିକ ଅବସାଦ ଦେଖାଦେବ। ବୁଧବାର ଓ ଗୁରୁବାର ବ୍ୟବସାୟରେ ଲାଭବାନ ହେବେ। ଶୁକ୍ରବାର ଓ ଶନିବାର ଭାବିଚିନ୍ତି କାର୍ଯ୍ୟ କରିବା ଆବଶ୍ୟକ। ମହିଳା ଓ ବିଦ୍ୟାର୍ଥୀ ସମ୍ବେଦନଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ଓଁ ଗଂ ଗଣପତୟେ ନମଃ ମନ୍ତ୍ର ଜପ କରନ୍ତୁ।

ତୁଳା : ରବିବାର ଜଗିରଖି ଚଳନ୍ତୁ। ସୋମବାର ଓ ମଙ୍ଗଳବାର ଆନନ୍ଦିତ ହେବେ। ବୁଧବାର ଓ ଗୁରୁବାର ଯାତ୍ରା ଜନିତ ସମସ୍ୟା ଦେଖାଦେବ। ଶୁକ୍ରବାର ଓ ଶନିବାର ସନ୍ତାନ ଲାଭ କରିପାରନ୍ତି। ମହିଳା ଓ ବିଦ୍ୟାର୍ଥୀ ଯଶ ଲାଭ କରିବେ। ରିଷ୍ଟଖଣ୍ଡନ ପାଇଁ ଓଁ ରାଂ ସୀତାରାମାୟ ନମଃ ମନ୍ତ୍ର ଜପ କରନ୍ତୁ।

ବିଛା : ରବିବାର କାର୍ଯ୍ୟରେ ଆର୍ଥିକ ପ୍ରଗତି ହେବ। ସୋମବାର ମଙ୍ଗଳବାର ଆୟ ଅପେକ୍ଷା ବ୍ୟୟ ଅଧିକ ହେବ। ବୁଧବାର ଓ ଗୁରୁବାର ଦୂରଯାତ୍ରା କରିପାରନ୍ତି। ଶୁକ୍ରବାର ଓ ଶନିବାର ବିବାଦଠାରୁ ଦୂରେଇ ରୁହନ୍ତୁ। ମହିଳା ଓ ବିଦ୍ୟାର୍ଥୀ ଜଗିରଖି ଚଳିବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀଲକ୍ଷ୍ମୀ ନୃସିଂହ ମନ୍ତ୍ର ଜପ କରନ୍ତୁ।

ଧନୁ : ରବିବାର ମାନସିକ ଅସ୍ଥିରତା ଦେଖାଦେବ। ସୋମବାର ଓ ମଙ୍ଗଳବାର ସ୍ତ୍ରୀ ହେତୁକ ଧନପ୍ରାପ୍ତି ହେବ। ବୁଧବାର ଓ ଗୁରୁବାର ବାକ୍‌ସଂଯମୀ ହେବେ। ଶୁକ୍ରବାର ଓ ଶନିବାର ଆୟ ମଧ୍ୟମ ରହିବ। ମହିଳା ଓ ବିଦ୍ୟାର୍ଥୀ ରକ୍ଷଣଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ଓଁ ଦ୍ରୁଂ ଦୁର୍ଗାୟୈ ନମଃ ମନ୍ତ୍ର ଜପ କରନ୍ତୁ।

ମକର : ରବିବାର ନିଜ କର୍ମରେ ସାମାଜିକ ସ୍ବୀକୃତି ଲାଭ ହେବ। ସୋମବାର ଓ ମଙ୍ଗଳବାର ପ୍ରଗତିର ପଥରୋଧ ହେବ। ବୁଧବାର ଓ ଗୁରୁବାର ମାଙ୍ଗଳିକ କାର୍ଯ୍ୟରେ ଯୋଗଦେବେ। ଶୁକ୍ରବାର ଓ ଶନିବାର ଦୁଃସମ୍ବାଦ ପ୍ରାପ୍ତ ହେବ। ମହିଳା ଓ ବିଦ୍ୟାର୍ଥୀ କର୍ମାଶ୍ରୟୀ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀନାରାୟଣ କବଚ ପାଠ କରନ୍ତୁ।

କୁମ୍ଭ : ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ କର୍ମହେତୁକ ଫଳପ୍ରାପ୍ତି ହେବ। ବୁଧବାର ଓ ଗୁରୁବାର ପାରିବାରିକ ଅଶାନ୍ତି ଦେଖାଦେବ। ଶୁକ୍ରବାର ଓ ଶନିବାର ପ୍ରତିଯୋଗିତାରେ ବିଜୟୀ ହେବେ। ମହିଳା ଓ ବିଦ୍ୟାର୍ଥୀ ମଧ୍ୟମ ଫଳ ପାଇବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ଅାପଦୁଦ୍ଧାର ବଟୁକ ଭୈରବ କବଚ ପାଠ କରନ୍ତୁ।

ମୀନ :  ରବିବାର ଓ ସୋମବାର ଶକ୍ତି ଅନୁସାରେ କାର୍ଯ୍ୟ କରି ସଫଳତା ପାଇବେ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ ସମୟ ଅନୁକୂଳ ରହିବ। ଶୁକ୍ରବାର ଓ ଶନିବାର ପଡ଼ୋଶୀଙ୍କ ସହିତ ମନାନ୍ତର ହୋଇପାରେ। ମହିଳା ଓ ବିଦ୍ୟାର୍ଥୀ ଆନନ୍ଦିତ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀଦୁର୍ଗା ସହସ୍ରନାମ ପାଠ କରନ୍ତୁ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories