www.samajalive.in
Saturday, December 6, 2025
26.1 C
Bhubaneswar

ସୋନିଆ ଗାନ୍ଧୀ ଡାକ୍ତରଖାନାରେ ଭର୍ତ୍ତି

ନୂଆଦିଲ୍ଲୀ: କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। କିଛିଦିନ ତଳେ ସେ କରୋନା ସଂକ୍ରମିତ ହୋଇଥିଲେ ଓ ତାଙ୍କ ଅବସ୍ଥା ଜଟିଳ ହେବାରୁ ରବିବାର ତାଙ୍କୁ ନୂଆଦିଲ୍ଲୀର ଗଙ୍ଗାରାମ ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଛି। ଏନେଇ କଂଗ୍ରେସ ନେତା ରଣଦୀପ ସୁରଜେୱାଲା ସାମାଜିକ ଗଣମାଧ୍ୟମରେ ସୂଚନା ଦେଇଛନ୍ତି। ତାଙ୍କ କହିବାନୁସାରେ, ଏବେ ସୋନିଆଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ରହିଛି ଓ ତାଙ୍କ ସ୍ବାସ୍ଥାବସ୍ଥାର ନୀରିକ୍ଷଣ ପାଇଁ ତାଙ୍କୁ ଆଉ କିଛି ଦିନ ଡାକ୍ତରଖାନାରେ ରଖାଯିବ ବୋଲି ସୂଚନା ମିଳିଛି।

ସୂଚନାଯୋଗ୍ୟ, ଜୁନ୍‌ ୨ ତାରିଖରେ କୋଭିଡ୍‌ ପଜିଟିଭ୍‌ ଚିହ୍ନଟ ହେବା ପରେ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଏକାନ୍ତବାସରେ ଥିଲେ। ବରିଷ୍ଠ କଂଗ୍ରେସ ନେତା ତଥା ଦଳର ମୁଖପାତ୍ର ରଣଦୀପ ସିଂହ ସୁରଜେୱାଲା ସମ୍ବାଦ ସରବରାହ ସଂସ୍ଥାନ ଏଏନ୍‌ଆଇକୁ କହିଥିଲେ ଯେ, କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ କରୋନା ସଂକ୍ରମିତ ହୋଇଛନ୍ତି। ସାମାନ୍ୟ ଜ୍ବର ସହ ତାଙ୍କଠାରେ ଅନ୍ୟ କେତେକ ଲକ୍ଷଣ ଦେଖା ଦେଇଥିବାରୁ ସେ ଏକାନ୍ତବାସରେ ରହି ଡାକ୍ତରଙ୍କ ପରାମର୍ଶରେ ଚିକିତ୍ସିତ ହେଉଛନ୍ତି।

- Advertisement -

ଏଠାରେ ଉଲ୍ଲେଖଯୋଗ୍ୟ, ସୋନିଆ ଗାନ୍ଧୀଙ୍କ ସମସ୍ୟା ବଢିବାରେ ଲାଗିଛି। ନ୍ୟାସନାଲ ହେରାଲ୍ଡ ମାମଲାରେ ପ୍ରବର୍ତ୍ତନ ନିର୍ଦେଶାଳୟ(ଇଡି) ପୁଣିଥରେ ସୋନିଆଙ୍କୁ ଡକାଇଛି। ଏବେ ତାଙ୍କୁ ଜୁନ୍ ୨୩ ତାରିଖରେ ପଚରାଉଚରା ପାଇଁ ଡକାଯାଇଛି। ଏହାପୂର୍ବରୁ ଜୁନ୍ ୮ ତାରିଖରେ ଇଡି ସୋନିଆ ଗାନ୍ଧୀଙ୍କୁ ପଚରାଉଚରା ପାଇଁ ଡାକିଥିଲା, କିନ୍ତୁ କରୋନା ସଂକ୍ରମିତ ଯୋଗୁ ସେ ତିନି ସପ୍ତାହ ସମୟ ମାଗିଥିଲେ।

Hot this week

ବିଛଣା ପାଖରେ ଔଷଧ ରଖୁଛନ୍ତି କି ?

ନୂଆଦିଲ୍ଲୀ: ଏମିତି ଅନେକ ଲୋକ ଅଛନ୍ତି, ଯେଉଁମାନେ ଔଷଧ ଖାଆନ୍ତି ଏବଂ...

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

Related Articles

Popular Categories