www.samajalive.in
Monday, December 8, 2025
14.1 C
Bhubaneswar

ମୁଖ୍ୟମନ୍ତ୍ରୀଙ୍କ ଆଭାସୀ ଜରିଆରେ ଯୋଗଦାନ: ତଥ୍ୟ ସତ୍ୟ ହୋଇଥିଲେ ଚିନ୍ତାଜନକ – ବିଜେପି

ଡେସ୍କ: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଦେଶ ଗସ୍ତରେ ଯିବା ସମ୍ଭାବନା ଥିବାରୁ, ଆସନ୍ତା ବିଧାନସଭା ମୌସୁମୀ ବଜେଟ୍‍ ଅଧିବେଶନ କାଳରେ ସେ ଆଭାସୀ ଜରିଆରେ ଉପସ୍ଥିତ ରହିବାକୁ ନେଇ ବିଜେପି ସମାଲୋଚନା କରିଛି। ଏ ନେଇ ଏକ ଇଂରାଜୀ ଖବରକାଗଜରେ ଖବର ପ୍ରକାଶ ପାଇବା ପରେ ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତି କହିଛନ୍ତି ଯେ ତଥ୍ୟ ସତ୍ୟ ହୋଇଥିଲେ ଚିନ୍ତାଜନକ।

ଏ ନେଇ ଶ୍ରୀ ମହାନ୍ତି ଟ୍ୱିଟ୍‍ କରିଛନ୍ତି ଯେ ଜୁଲାଇ ୨ରୁ ଆରମ୍ଭ ହେବାକୁ ଥିବା ବିଧାନସଭା ମୌସୁମୀ ତଥା ବଜେଟ୍‍ ଅଧିବେଶନ ସମୟରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଦେଶ ଗସ୍ତରେ ଥିବା ବେଳେ ଭର୍ଚ୍ଚୁଆଲ ପ୍ଲାଟଫର୍ମ ମାଧ୍ୟମରେ ଅଧିବେଶନରେ ରହିପାରନ୍ତି ବୋଲି ଦୈନିକ ଇଂରାଜୀ ସମ୍ବାଦ ପତ୍ର ନ୍ୟୁ ଇଣ୍ଡିଆନ ଏକ୍ସପ୍ରେସରେ ପ୍ରକାଶ ପାଇଛି। ଯଦି ଏହି ଖବର ସତ୍ୟ ହୋଇଥାଏ, ଏହା ଚିନ୍ତାଜନକ।

- Advertisement -

ସେ କହିଛନ୍ତି, ମୁଖ୍ୟମନ୍ତ୍ରୀ ବିଧାନସଭାର ପରମ୍ପରା ଓ ଏହାର ଗୁରୁତ୍ୱକୁ ବୁଝି ବଜେଟ୍‍ ଅଧିବେଶନ ପୂର୍ବରୁ କିମ୍ବା ପରେ ଗସ୍ତ ଯୋଜନା କରିଥିଲେ ଭଲ ହୋଇଥା’ନ୍ତା। ଅଧିବେଶନ ସମୟରେ ଗୃହରେ ପ୍ରତ୍ୟକ୍ଷ ଭାବେ ନ ରହିବା ଗ୍ରହଣୀୟ ନୁହେଁ। ଭର୍ଚ୍ଚୁଆଲ ପ୍ଲାଟଫର୍ମରେ ବିଧାନସଭା ଅଧିବେଶନରେ ଯୋଡ଼ି ହେବା ଗଣତନ୍ତ୍ରିକ ପରମ୍ପରା ପାଇଁ ଶୁଭ ଲକ୍ଷଣ ନୁହେଁ। ଶ୍ରୀ ମହାନ୍ତି ଟ୍ୱିଟ୍‍ କରି କହିଛନ୍ତି, ଗଣତନ୍ତ୍ରକୁ ସମ୍ମାନ ଦେଇ ରାଜ୍ୟର ମୁଖ୍ୟମନ୍ତ୍ରୀ ଗୁରୁତ୍ୱପୂର୍ଣ୍ଣ ବଜେଟ୍‍ ଅଧିବେଶନ ବେଳେ ପ୍ରତ୍ୟକ୍ଷ ଭାବରେ ଗୃହରେ ରହିବା ଆବଶ୍ୟକ।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories