www.samajalive.in
Saturday, December 13, 2025
26.1 C
Bhubaneswar

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଗାଙ୍ଗୁଲି

ଭୁବନେଶ୍ୱର : ବାରବାଟୀ ଷ୍ଟାଡିୟମରେ ରବିବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଟି-୨୦ ମ୍ୟାଚ ଖେଳାଯାଇଥିବାବେଳେ ଏହି ଅବସରରେ ବିସିସିଆଇ ଅଧ୍ୟକ୍ଷ ସୌରଭ ଗାଙ୍ଗୁଲି ଭୁବନେଶ୍ବର ଆସିଥିଲେ। କଟକରେ ମ୍ୟାଚ ଦେଖିବାକୁ ଯିବା ପୂର୍ବରୁ ନବୀନ ନିବାସ ଯାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଥିଲେ। ଏହି ଅବସରରେ ବିଶ୍ବସ୍ତରରେ ହକିକୁ ପହଞ୍ଚାଇବା ପାଇଁ ନବୀନଙ୍କ ଉଦ୍ୟମଙ୍କୁ ଗାଙ୍ଗୁଲି ପ୍ରଶଂସା କରିଥିଲେ। ମୁଖ୍ୟମନ୍ତ୍ରୀ ମଧ୍ୟ ଗାଙ୍ଗୁଲିଙ୍କୁ ହକି ଇଣ୍ଡିଆର ଜର୍ସି ଦେଇଥିଲେ। ଏହି ସାକ୍ଷାତ ସମୟରେ ଓସିଏ ସମ୍ପାଦକ ସଞ୍ଜୟ ବେହେରା, ପୂର୍ବତନ କ୍ରିକେଟର ଦେବାଶିଷ ମହାନ୍ତି, ଓସିଏ ସଭାପତି ପଙ୍କଜ ଲୋଚନ ମହାନ୍ତି ଓ ମୁଖ୍ୟମନ୍ତ୍ରୀ ସଚିବ (୫-ଟି) ଭିକେ ପାଣ୍ଡିଆନ ପ୍ରମୁଖ ଉପସ୍ଥିତ ଥିଲେ।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories