www.samajalive.in
Sunday, December 14, 2025
26.1 C
Bhubaneswar

ଆରୁଖ ହେଲେ ନୂଆ ବାଚସ୍ପତି

ଭୁବନେଶ୍ୱର: ଓଡ଼ିଶାର ବିଧାନସଭା ବାଚସ୍ପତି ଭାବେ ନିର୍ବାଚିତ ହୋଇଛନ୍ତି ପୂର୍ବତନ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ । ବାଚନିକ ଭୋଟ ପରେ ନୂଆ ବାଚସ୍ପତି ଭାବେ ଆରୁଖଙ୍କ ନାଁ ଘୋଷଣା କରାଯାଇଛି । ସ୍ୱତନ୍ତ୍ର ଅଧିବେଶନରେ ନିର୍ଦ୍ୱନ୍ଦରେ ଆରୁଖ ନିର୍ବାଚିତ ହେବା ପରେ ସେ ବାଚସ୍ପତି ଆସନ ଗ୍ରହଣ କରିଛନ୍ତି । ଆସନ ଗ୍ରହଣ କରିବା ସମୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ ବିରୋଧୀ ଦଳର ନେତାମାନେ ଗୃହରେ ଉପସ୍ଥିତ ଥିବା ଦେଖିବାକୁ ମିଳିଥିଲା । କଂଗ୍ରେସର ବିଧାୟକ ଦଳ ନେତା ନରସିଂହ ମିଶ୍ରଙ୍କ ସହ କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀ ପତି ମଧ୍ୟ ଉପସ୍ଥିତ ଥିଲେ ।

ସେହିପରି ଅର୍ଥ ଓ ସଂସଦୀୟ ବ୍ୟାପାର ବିଭାଗ ମନ୍ତ୍ରୀ ନିରଞ୍ଜନ ପୂଜାରୀ, ରାଜସ୍ୱ ଓ ବିପର୍ଯ୍ୟୟ ପ୍ରଶମନ ବିଭାଗର ମନ୍ତ୍ରୀ ପ୍ରମିଳା ମଲ୍ଲିକଙ୍କ ସହ ବହୁ ବରିଷ୍ଠ ନେତା ଉପସ୍ଥିତ ଥିବା ଦେଖିବାକୁ ମିଳିଥିଲା । ପୂର୍ବ ମନ୍ତ୍ରୀମଣ୍ଡଳରେ ବିକ୍ରମ କେଶରୀ ଆରୁଖ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଭାବେ ଦାୟିତ୍ୱ ତୁଲାଇଥିଲେ । ପୂର୍ବତନ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ରଙ୍କ ଅସୁସ୍ଥତା କାରଣରୁ ସେ ଇସ୍ତଫା ଦେବା ପରେ ମୁଖ୍ୟମନ୍ତ୍ରୀ ନବ ଗଠିତ ମନ୍ତ୍ରୀମଣ୍ଡଳରୁ ଆରୁଖଙ୍କ ନାଁ ବାଦ୍‌ ରଖି ତାଙ୍କ ନାଁ ବାଚସ୍ପତି ପାଇଁ ପ୍ରସ୍ତବ ଦେଇଥିଲେ । ବର୍ତ୍ତମାନ ବାଚନିକ ଭୋଟ ପରେ ଭଞ୍ଜନଗର ବିଧାୟକ ବିକ୍ରମ କେଶରୀ ଆରୁଖ ବାଚସ୍ପତି ଆସନ ଗ୍ରହଣ କରିଛନ୍ତି । ଶ୍ରୀ ଆରୁଖ ଭଞ୍ଜନଗରରୁ ୬ଥର ବିଧାୟକ ଭାବେ ନିର୍ବାଚିତ ହୋଇ ବିଧାନସଭାକୁ ଆସିଛନ୍ତି ।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories