www.samajalive.in
Sunday, December 14, 2025
26.1 C
Bhubaneswar

ଚଳଚଞ୍ଚଳ ଶ୍ରୀକ୍ଷେତ୍ର; ସ୍ନାନବେଦୀରେ ଚତୁର୍ଦ୍ଧାମୂରତି

ପୁରୀ: ସ୍ନାନଯାତ୍ରା ପାଇଁ ଚଳଚଞ୍ଚଳ ଶ୍ରୀକ୍ଷେତ୍ର । ପୁରୀରେ ମହାପ୍ରଭୁଙ୍କୁ ହାତୀ ବେଶରେ ଦର୍ଶନ କରିବାକୁ ଲକ୍ଷଲକ୍ଷ ଭକ୍ତଙ୍କ ସମାଗମ ହୋଇଛି । ରୀତିନୀତି ଅନୁଯାୟୀ ତିନି ଠାକୁରଙ୍କ ସମସ୍ତ ନୀତିକାନ୍ତି ହେବାପରେ ଧାଡ଼ି ପହଣ୍ଡିରେ ସ୍ନାନବେଦୀକୁ ବିଜେ କରିଛନ୍ତି ତିନି ଠାକୁର । ଆଉ କିଛି ସମୟ ପରେ ମହାସ୍ନାନ କରିବେ ଚତୁର୍ଦ୍ଧାମୂରତି । । ୧୦୮ଗଡୁ ସୁବାସିତ ଜଳରେ ସ୍ନାନ କରିବେ ପରଂବ୍ରହ୍ମ। ଦିନ ୯ଟା ୩୦ରୁ ୧୧ଟା ୩୦ ମଧ୍ୟରେ ଜଳବିଜେ ଏବଂ ସ୍ନାନନୀତି ସମ୍ପନ୍ନ ହେବ।

ଗଜପତି ମହାରାଜା ଶ୍ରୀଦିବ୍ୟସିଂହ ଦେବ ଦିନ ୧୨ଟା ୧୫ରେ ସ୍ନାନମଣ୍ଡପକୁ ଯାଇ ଛେରାପହଁରା କରିବେ। ଏହାପରେ ଦିନ ୧୨ଟା ୪୫ରୁ ୨ଟା ୩୦ ମଧ୍ୟରେ ମହାପ୍ରଭୁ ଶ୍ରୀବଳଭଦ୍ର, ଶ୍ରୀଜଗନ୍ନାଥ ଏବଂ ଦେବୀ ସୁଭଦ୍ରାଙ୍କୁ ହାତୀବେଶ କରାଯିବ। ମହାସ୍ନାନ କରିବା ପରେ ଆକର୍ଷଣୀୟ ହାତୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେବେ ।

- Advertisement -

ଏଥିଲାଗି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି । ସନ୍ଧ୍ୟା ୬ରୁ ରାତି ୯ଟା ୩୦ ପର୍ଯ୍ୟନ୍ତ ସାହାଣମେଲା ଦର୍ଶନ ଅନୁଷ୍ଠିତ ହେବ। ସ୍ନାନମଣ୍ଡପ ଉପରକୁ ଯାଇ ଅତି ନିକଟରୁ ଚତୁର୍ଦ୍ଧା ବିଗ୍ରହଙ୍କୁ ଦର୍ଶନ କରିବାର ସୁଯୋଗ ପାଇବେ ଶ୍ରଦ୍ଧାଳୁ। ଏହାଛଡ଼ା ବଡ଼ଦାଣ୍ଡରେ ଛିଡ଼ା ହୋଇ ମହାପ୍ରଭୁଙ୍କୁ ଭକ୍ତମାନେ ଦର୍ଶନ କରିପାରିବେ। ରାତି ୧୦ଟାରେ ମହାପ୍ରଭୁଙ୍କ ବାହୁଡ଼ା ପହଣ୍ଡି ଆରମ୍ଭ ହେବା କାର୍ଯ୍ୟକ୍ରମ ରହିଛି।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories