www.samajalive.in
Sunday, December 14, 2025
26.1 C
Bhubaneswar

ପାଚିକା ସହାୟିକା ସଂଘ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ

ଫୁଲବାଣୀ: ବିଭିନ୍ନ ଦାବି ପୂରଣକୁ ନେଇ ଓଡିଶା ମିଳିତ ବିଦ୍ୟାଳୟ ପାଚିକା ସହାୟିକା ସଂଘ ପକ୍ଷରୁ ଏଠାରେ ଶୋଭାଯାତ୍ରା କରାଯିବା ସହ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଏ ଉପଲକ୍ଷେ ଶତାଧିକ ପାଚିକା ସହାୟିକା ସ୍ଥାନୀୟ ମାଦୁକୁନ୍ଦା ଛକରୁ ଏକ ଶୋଭଯାତ୍ରାରେ ବାହାରୀ ଜିଲ୍ଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟରେ ପହଞ୍ଚି ଥିଲେ । ସେଠାରେ ବିକ୍ଷୋଭ ପ୍ରଦର୍ଶନ ସହ ସେମାନଙ୍କ ଦାବି ପୂରଣ ପାଇଁ ନାରା ଦେଇଥିଲେ ପାଚିକାମାନେ ।

ଦୀର୍ଘଦିନ ଧରି ସରକାରଙ୍କୁ ସେବା ଯୋଗାଇ ଆସୁଥିବା ବେଳେ ସେମାନେ ସରକାରଙ୍କ ଦ୍ୱାରା ବାରମ୍ବାର ପ୍ରତାରିତ ହେଉଥିବା ଅଭିଯୋଗ କରିଥିଲେ ଆନ୍ଦୋଳନକାରୀ ମାନେ । ବିଭିନ୍ନ ଦାବି ସମ୍ବଳିତ ଏକ ଦାବିପତ୍ର ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ପ୍ରଦାନ କରାଯାଇଥିଲା । ସଂଘର ଦାବି ପ୍ରକାରେ, ପାରିଶ୍ରମିକ ୨ ହଜାର ଟଙ୍କାକୁ ବୃଦ୍ଧି କରିବା, ପାଚିକା ମାନଙ୍କୁ ଅନ୍ୟ କାର୍ଯ୍ୟରେ ନିୟୋଜିତ ନକରିବା, ପ୍ରତି ବର୍ଷ ଦୁଇ ହଳ ଶାଢି ପ୍ରଦାନ କରିବ, ଦଶ ମାସ ପରିବର୍ତ୍ତେ ୧୨ ମାସର ଦରମା ପ୍ରଦାନ କରିବା ଭଳି ଅନେକ ଦାବି ରହିଛି ।

- Advertisement -

ଏଥି ସହ ପିଲା ସଂଖ୍ୟା କମ ଥିବାରୁ କାର୍ଯ୍ୟରୁ ଅନ୍ତର କରାଯାଇଥିବା ପାଚିକା ସହାୟିକା ମାନଙ୍କୁ ପୁନଃ ଅବସ୍ଥାପିତ କରିବା ପାଇଁ ମଧ୍ୟ ସଂଘ ଦାବି କରିଛି । ଏହିସବୁ ଦାବି ତୁରନ୍ତ ପୂରଣ ନ କଲେ ଆଗାମୀ ଦିନରେ ବଡଧରଣର ଆନ୍ଦୋଳନ କରାଯିବ ବୋଲି ସଂଘ ପକ୍ଷରୁ ମଧ୍ୟ ଚେତାବନୀ ଦିଆଯାଇଛି ।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories