www.samajalive.in
Monday, December 8, 2025
17.1 C
Bhubaneswar

ରାଜ୍ୟରେ ଆଉ ୨୩ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର: ରାଜ୍ୟରେ ଜାରି ରହିଛି କରୋନା ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ସାରା ରାଜ୍ୟରୁ ଆଉ ୨୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ସୂଚନା ଦେଇଛି । ଆଜିର ୨୩ ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧରୁ ୧୪ଜଣ ରହିଥିବା ବେଳେ ସ୍ଥାନୀୟ ସଂକ୍ରମିତ ୯ଜଣ ରହିଛନ୍ତି । ଚିହ୍ନଟ ହୋଇଥିବା ଆଜି ଆକ୍ରାନ୍ତଙ୍କ ମଧ୍ୟରେ ଜନ୍ମରୁ ୧୮ ବର୍ଷ ମଧ୍ୟରେ ରହିଛନ୍ତି ୩ ଆକ୍ରାନ୍ତ ।

ଗତକାଲି ରାଜ୍ୟରେ ୧୨ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଜି ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇଛି । ଆଜିର କରୋନା ମାମଲା ରାଜ୍ୟର ୪ଜିଲ୍ଲା ଓ ଷ୍ଟେଟପୁଲରୁ ଚିହ୍ନଟ ହୋଇଛନ୍ତି । ୨୬ ଜିଲ୍ଲା କରୋନା ମୁକ୍ତ ରହିଛି ।

- Advertisement -

ଖୋର୍ଦ୍ଧାରୁ ସର୍ବାଧିକ  ୯ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ କଟକରୁ ୮, ସୁନ୍ଧରଗଡ଼ରୁ ୩, ଷ୍ଟେଟପୁଲରୁ ୨ ଓ ବାଲେଶ୍ବରରୁ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅନ୍ୟପଟେ ଗୋଟିଏ ଦିନରେ ରାଜ୍ୟରେ ଆଉ ୧୩ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ସଂକ୍ରମଣ ତୁଳନାରେ ସୁସ୍ଥତା ସଂଖ୍ୟା ସାମାନ୍ୟ ବୃଦ୍ଧି ପାଇଥିବାରୁ ରାଜ୍ୟରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ସ୍ବଳ୍ପ ହ୍ରାସ ପାଇଛି ।

ରାଜ୍ୟରେ ମୋଟ୍ କରୋନା ସକ୍ରିୟ ଆକ୍ରାନ୍ତ ସଂଖ୍ୟ ଶହେ ଟପି ୧୫୮ରେ ପହଞ୍ଚିଛି । ଅନ୍ୟପଟେ ରାଜ୍ୟରେ ଏଯାଏ କରୋନାରେ ମୋଟ୍‌ ୧୨,୮୮,୬୭୪ଜଣ ଆକ୍ରାନ୍ତ ହୋଇଥିବା ବେଳେ ୧୨,୭୯,୩୩୭ଜଣ ସୁସ୍ଥ ହୋଇସାରିଛନ୍ତି ।

Hot this week

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

Related Articles

Popular Categories