www.samajalive.in
Saturday, December 13, 2025
26.1 C
Bhubaneswar

ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ୨ ଆତଙ୍କବାଦୀ

ଜାମ୍ମୁ-କାଶ୍ମୀର: କୁଲଗାମରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି । ସୁରକ୍ଷାକର୍ମୀଙ୍କ ଗୁଳିରେ ୨ଜଣ ଆତଙ୍କବାଦୀର ମୃତ୍ୟୁ ହୋଇଛି । ସୂଚନା ଅନୁଯାୟୀ କୁଲଗାମରେ ଆତଙ୍କବାଦୀମାନେ ଲୁଚି ରହିଥିବା ନେଇ ସୁରକ୍ଷାକର୍ମୀମାନେ ବିଶ୍ୱସ୍ଥ ସୂତ୍ରରୁ ଖବର ପାଇଥିଲେ । ଖବର ପାଇବା ପରେ ସୁରକ୍ଷା କର୍ମୀମାନେ ସମ୍ପୃକ୍ତ ଅଞ୍ଚଳକୁ ନାକାବନ୍ଦୀ କରି ସର୍ଚ୍ଚ ଅପରେସନ ଆରମ୍ଭ କରିଥିଲେ । ସେହି ସମୟରେ ଉଭୟ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଥିଲା । ସୁରକ୍ଷାକର୍ମୀଙ୍କ ଗୁଳିରେ ୨ଜଣ ଆତଙ୍କବାଦୀର ମୃତ୍ୟୁ ହୋଇଛି ।

 

- Advertisement -

ଆହୁରି ୩ଜଣ ଆତଙ୍କବାଦୀ ସେଠାରେ ଲୁଚି ରହିଥିବା ଅନୁମାନ କରାଯାଉଛି । ନିହତ ଆତଙ୍କବାଦୀଙ୍କ ମଧ୍ୟରୁ ଜଣେ ଶୋପିଆର ଜାନ ମହମ୍ମଦ ଲୋନ ବୋଲି ଜଣାପଡିଛି । ତାହାର ଲସ୍କର-ଇ-ତାଇବା ଆତଙ୍କବାଦୀ ସଂଗଠନ ସହ ଜଡିତ ଥିଲା ଏବଂ ଜୁନ୍ ୨ରେ ବ୍ୟାଙ୍କ ମ୍ୟାନେଜରଙ୍କ ହତ୍ୟାରେ ସମ୍ପୃକ୍ତ ଥିଲା । ଏହା ବ୍ୟତୀତ ଦ୍ୱିତୀୟ ଆତଙ୍କବାଦୀଙ୍କୁ ତୁଫେଲ ଗାନି ବୋଲି ଚିହ୍ନଟ କରାଯାଇଛି। ସେମାନଙ୍କ ନିକଟରୁ ଏକ ଏକେ-୪୭ ଏବଂ ଗୋଟିଏ ବନ୍ଧୁକ ଜବତ କରାଯାଇଛି। । ଘଟଣାସ୍ଥଳରେ ଏବେ ବି ସୁରକ୍ଷାକର୍ମୀ ମାନେ ସର୍ଚ୍ଚ ଅପରେସନ ଜାରି ରଖିଛିନ୍ତି ।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories