www.samajalive.in
Sunday, December 7, 2025
14.1 C
Bhubaneswar

ଭାଲୁ ଆକ୍ରମଣରେ ଜଣେ ଗୁରୁତର

ପାଟଣା: ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତ କୁମୁଳାବାହାଳି ଗାଁରେ ଆଜି ଭଲ ଆକ୍ରମଣରେ ଜଣେ ଗୁରୁତର ଆହତ ହୋଇଛନ୍ତି । ଗୁରୁତର ବ୍ୟକ୍ତି ଜଣଙ୍କ ସେହି ଗାଁର ଘନଶ୍ୟାମ ମୁଣ୍ଡା (୬୨) ବୋଲି ଜଣାପଡିଛି । ସୂଚନା ମୁତାବକ ଘନଶ୍ୟାମ ଆଜି ଭୋରରୁ ଶୌଚ ପାଇଁ ନିକଟସ୍ଥ ପୋଖରୀକୁ ଯାଇଥିବା ସମୟରେ ଗୋଟିଏ ମା’ ଭାଲୁ ସହ ଦୁଇଟି ଛୁଆ ଭାଲୁ ତାଙ୍କୁ ହଠାତ୍‌ ଆକ୍ରମଣ କରିଥିଲେ । ସେ ତଳେ ପଡିଯିବାରୁ ତାଙ୍କ କାନ୍ଧକୁ ଆକ୍ରମଣ କରିଥିଲା ଭାଲୁ । ଘନଶ୍ୟାମଙ୍କ ଚିତ୍କାର ଶୁଣି ଅନ୍ୟ ଲୋକମାନେ ଘଟଣାସ୍ଥଳରେ ପହଞ୍ଚି ଭାଲୁଟିକୁ ଘୋଉଡାଇ ଦେଇଥିଲେ । ଗୁରୁତର ଅବସ୍ଥାରେ ଘନଶ୍ୟାମଙ୍କୁ ପ୍ରଥମେ ପାଟଣା ଓ ପରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ତାଙ୍କ ଅବସ୍ଥା ଗୁରୁତର ରହିଛି ।

Hot this week

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

ଜାଡରେ ଥରୁଛି ସାରା ଓଡିଶା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁର ପ୍ରବାହ ଯୋଗୁଁ ରାଜ୍ୟରେ ଶୀତ...

Related Articles

Popular Categories