www.samajalive.in
Monday, December 8, 2025
20.1 C
Bhubaneswar

ଓଡ଼ିଶାରେ ବଢୁଥିବା ହାତୀ ମୃତ୍ୟୁ ଚିନ୍ତାଜନକ: ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର: ଓଡ଼ିଶାରେ ବଢୁଥିବା ହାତୀ ମୃତ୍ୟୁ ଘଟଣା ନେଇ ଉଦବେଗ ପ୍ରକାଶ କରିବା ସହ ଏହା ଚିନ୍ତାଜନକ ବୋଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଟ୍ୱିଟ କରି କହିଛନ୍ତି। ଶ୍ରୀ ପ୍ରଧାନ ଟ୍ୱିଟ କରିଛନ୍ତି ଯେ ଓଡ଼ିଶାର ଘଞ୍ଚ ଜଙ୍ଗଲ ଏବଂ ବନ୍ୟପ୍ରାଣୀ ଆମ ରାଜ୍ୟର ଅନନ୍ୟ ପରିଚୟ। ପ୍ରକୃତି ଓ ପର୍ଯ୍ୟାବରଣରେ ହାତୀମାନଙ୍କର ସ୍ଥାନ ସ୍ୱତନ୍ତ୍ର। ମାତ୍ର ଦୀର୍ଘ ବର୍ଷ ଧରି ରାଜ୍ୟରେ ବଢୁଥିବା ହାତୀ ମୃତ୍ୟୁ ଘଟଣା ବେଶ ଉଦବେଗଜନକ। ଗଣମାଧ୍ୟମରେ ପ୍ରକାଶିତ ରିପୋର୍ଟ ଅନୁସାରେ ଓଡ଼ିଶା ପରି ହାତୀ ବହୁଳ ରାଜ୍ୟରେ ବିଗତ ୧୨ ବର୍ଷରେ ପ୍ରାୟ ୯୪୭ଟି ହାତୀ ମୃତ୍ୟୁବରଣ କରିଛନ୍ତି। ଶିକାରୀଙ୍କ ଗୁଳି, ବିଷ ପ୍ରୟୋଗ, ବ୍ୟବସ୍ଥାରେ ତ୍ରୁଟିରୁ ବିଦ୍ୟୁତ ଆଘାତ ବା ଦୁର୍ଘଟଣା ଯୋଗୁଁ ଅନେକ ହାତୀଙ୍କ ମୃତ୍ୟୁ ଘଟିବା ଚିନ୍ତାର ବିଷୟ। ନିକଟ ଅତୀତରେ କଟକ ଜିଲାରେ ଗୁଳିବିଦ୍ଧ ହାତୀର ମୃତ୍ୟୁ ବନ୍ୟପ୍ରାଣୀ ଓ ପ୍ରକୃତିପ୍ରେମୀଙ୍କୁ ଦୁଃଖ ଦେଇଛି। ହାତୀ ସୁରକ୍ଷା ପାଇଁ ସମୟୋପଯୋଗୀ ପଦକ୍ଷେପ ନେବା ଜରୁରୀ। ରାଜ୍ୟ ସରକାର ଅବିଳମ୍ବେ ବନ୍ୟପ୍ରାଣୀଙ୍କ ସୁରକ୍ଷା ପାଇଁ ପଦକ୍ଷେପ ନେବା ସହ ଶିକାରୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବା ନିତ୍ୟାନ୍ତ ଆବଶ୍ୟକ ବୋଲି କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ଟ୍ୱିଟ କରିଛନ୍ତି।

Hot this week

ଟ୍ରେଲର ଧକ୍କାରେ ୩ ଗୁରୁତର

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ଚିଲିଗୁଡା ବସଷ୍ଟାଣ୍ଡ ବୁଲାଣିରେ ସୋମବାର ଏକ...

ପଞ୍ଜାବରେ ‘ସୁଟକେସ’ ରାଜନୀତି: ନଭଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ

ସମାଜଲାଇଭ ଡେସ୍କ: ପଞ୍ଜାବ କଂଗ୍ରେସରେ ରାଜନୀତି ସରଗରମ ହୋଇଛି। ବରିଷ୍ଠ ନେତ୍ରୀ...

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

Related Articles

Popular Categories