www.samajalive.in
Monday, December 8, 2025
13.1 C
Bhubaneswar

ଭାଟ ହ୍ରାସ ଦାବିରେ ବିଜେପିର ବିକ୍ଷୋଭ

ଭୁବନେଶ୍ୱର: ରାଜ୍ୟରେ ପେଟ୍ରୋଲ୍ ଓ ଡିଜେଲ୍‌ ଉପରୁ ଭାଟ ହ୍ରାସ କରିବା ଦାବିରେ ଶୁକ୍ରବାର ବିଜେପି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । କେନ୍ଦ୍ର ସରକାର ଉଭୟ ପେଟ୍ରୋଲ ଓ ଡିଜେଲରୁ ଅଢେଇ ଟଙ୍କା ଲେଖାଏଁ ଶୁଳ୍କ ହ୍ରାସ ଲାଗି ପଦକ୍ଷେପ ନେଇଥିବା ବେଳେ ରାଜ୍ୟ ସରକାରଙ୍କ ପକ୍ଷରୁ କାହିଁକି ଅନୁରୂପ ପଦକ୍ଷେପ ନିଆଯାଉ ନାହିଁ ବୋଲି ବିଜେପି ପ୍ରଶ୍ନ କରିଛି । ବିଜେପିର ବରିଷ୍ଠ ନେତା ମାଷ୍ଟରକ୍ୟାଣ୍ଟିନ ଛକରେ ଏକତ୍ର ହୋଇ ରାଜ୍ୟ ସରକାରଙ୍କ ବିରୋଧରେ ନାରାବାଜି ଦେବା ସହ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି ।

ସୂଚନାଯୋଗ୍ୟ, ଗତକାଲି କେନ୍ଦ୍ର ଅର୍ଥମନ୍ତ୍ରୀ ଅରୁଣ ଜେଟଲୀ ତୈଳଦର ୨ଟଙ୍କା ୫୦ ପଇସା ହ୍ରାସ କରିବା ପରେ ତତକ୍ଷଣାତ ମହାରାଷ୍ଟ୍ର, ଗୁଜରାଟ, ଛତିଶଗଡ, ଝାଡଖଣ୍ଡ, ତ୍ରିପୁରା, ଉତ୍ତର ପ୍ରଦେଶ, ମଧ୍ୟପ୍ରଦେଶ, ହିମାଚଳ ପ୍ରଦେଶ, ହରିୟାଣା, ଉତ୍ତରାଖଣ୍ଡ, ଗୋଆ, ଅରୁଣାଚଳ ପ୍ରଦେଶ ଏବଂ ଆସାମ ସରକାର ଭାଟ ହ୍ରାସ କରିଥିଲେ। ଏହା ପରେ କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଏକ ସାମ୍ବାଦିକ ସମ୍ମିଳନୀ କରି ରାଜ୍ୟ ସରକାରଙ୍କୁ ଭାଟ ହ୍ରାସ ପାଇଁ ଅନୁରୋଧ କରିଥିଲେ ।

Hot this week

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

ଯାତ୍ରୀଙ୍କୁ ଟିକଟ ଅର୍ଥ ଫେରାଇଲା ଇଣ୍ଡିଗୋ

ନୂଆଦିଲ୍ଲୀ : ବିମାନ ଉଡାଣ ବାତିଲ ବାବଦକୁ ଇଣ୍ଡିଗୋ ଏୟାର ଲାଇନ୍ସ...

ଅଡ଼ୁଆରେ ପ୍ରଫୁଲ୍ଲ, ରାଜନୈତିକ ଭବିଷ୍ୟତ ନେଇ କଳ୍ପନାଜଳ୍ପନା

ଭୁବନେଶ୍ବର : ଦୁଇପୁଅ ପଦ୍ମ ଧରିବା ପରେ ପୂର୍ବତନ ମନ୍ତ୍ରୀ ତଥା...

ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ଘଟଣାରେ କାର୍ଯ୍ୟାନୁଷ୍ଠାନ: ୩ବରିଷ୍ଠ ଅଧିକାରୀ ନିଲମ୍ବିତ

ପାଣାଜୀ: ଗୋଆର ଏକ ନାଇଟ୍‌ କ୍ଳବରେ ରବିବାର ଘଟିଥିବା ଅଗ୍ନିକାଣ୍ଡରେ ୨୫ଜଣଙ୍କ...

Related Articles

Popular Categories