www.samajalive.in
Monday, December 15, 2025
27.1 C
Bhubaneswar

ଗୁରୁବାର ରାଶିଫଳ ୧୬.୦୬.୨୦୨୨

ମେଷ: ଦୈବୀ ଶକ୍ତିସମ୍ପନ୍ନ ହୋଇପାରନ୍ତି। ନିରୋଗ ଓ ଉତ୍ତମ ସ୍ବାସ୍ଥ୍ୟସମ୍ପନ୍ନ ହେବେ। ଧାର୍ମିକ ପ୍ରବୃତ୍ତିର ହେବେ। ସାରାଦିନ ଆନନ୍ଦ ଉପଭୋଗ କରିବେ। ସୁଖ, ସମୃଦ୍ଧି​‌ସମ୍ପନ୍ନ ହେବେ। ଦାମ୍ପତ୍ୟ ସୁଖ ମିଳିବ।
ବୃଷ: ପ୍ରତିଶୋଧ ପରାୟଣ ହେବେ। ସ୍ବାଭିମାନୀ ହୋଇପାରନ୍ତି। ସହଯୋଗୀ ବ୍ୟବସାୟ ଲାଭଜନକ ହେବ। ମିତ୍ରମାନେ କରଛଡ଼ା ଦେଇପାରନ୍ତି। ଜଳଯାତ୍ରା ନ କରିବା ଭଲ। ସତର୍କରେ ଚଳିବେ।
ମିଥୁନ: ସମାଜସେବାରେ ନିଜକୁ ନିୟୋଜିତ କରିପାରନ୍ତି। ବ୍ୟବସାୟ ଲାଭଜନକ ହେବ। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହେବେ। ବନ୍ଧୁ ମିଳନରେ ଉପକୃତ ହେବେ। ପତ୍ନୀଙ୍କ କଥାରେ ପରିଚାଳିତ ହେବେ।
କର୍କଟ: ଭାଇମାନଙ୍କ ଉପରେ ସ୍ନେହଭାବ ରହିବ। ସୁସ୍ଥ ଓ ନିରାମୟ ରହିବେ। କରିତ୍‌କର୍ମା ଓ ଶତ୍ରୁହନ୍ତା ହୋଇପାରନ୍ତି। ଚକ୍ଷୁରେ ସାମାନ୍ୟ ଯନ୍ତ୍ରଣା ଅନୁଭବ କରିପାରନ୍ତି। ଚାକିରିରେ ସୁନାମ ଅର୍ଜନ କରିବେ।
ସିଂହ: କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ଦ୍ବାରା ଉପକୃତ ହେବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ଲଟେରି ଉଠାଣ ଫଳ ସପକ୍ଷରେ ଯାଇପାରେ। ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ଆସିବ।
କନ୍ୟା: ଦାନ-ଧର୍ମକୁ ଶ୍ରେୟ ମଣିପାରନ୍ତି। ଉଦାର ପ୍ରକୃତିର ହେବେ। ଶୋଭନ ବ୍ୟକ୍ତିତ୍ବ ସମ୍ପନ୍ନ ହେବେ। କୃଷି କର୍ମ ଲାଭଦାୟକ ହେବ। ପ୍ରେମୀ ଓ ବୁଦ୍ଧିମାନ୍‌ ହେବେ। ଯାନବାହନ ସୁଖ ମିଳିବ। ଯଶସ୍ବୀ ହେବେ।
ତୁଳା: ମନ ପ୍ରସନ୍ନ ରହିବ। ଈଶ୍ବର ବିଶ୍ବାସୀ ହେବେ। ଭାଷା ମଧୁର ଓ ବ୍ୟବହାର ଭଦ୍ରୋଚିତ ହେବ। ପ୍ରେମୀ ଓ ସାହସୀ ହେବେ। ଭାଇମାନଙ୍କଠାରୁ ଆଦର ସମ୍ମାନ ମିଳିବ। ସର୍ବତ୍ର ବିଜୟୀ ହେବେ।
ବିଛା: ଭାଗ୍ୟଶାଳୀ ହେବେ। ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ, ଉଦାର ପ୍ରକୃତି ଓ ବିଦ୍ୟାପ୍ରେମୀ ହେବେ। ପାରିବାରିକ ସୁଖ ମିଳିବ। ମିତ୍ର ସହାୟତା ପାଇବେ। ବିଭିନ୍ନ ସୂତ୍ରରୁ ଧନାଗମ ହେବ।
ଧନୁ: ଉପାର୍ଜନ ଊଣା ହେବ ନାହିଁ। ଐଶ୍ବର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି। ବାକ୍‌ ଯୁଦ୍ଧରେ ବିଜୟୀ ହେବେ। ମାଲିମୋକଦ୍ଦମାର ବିଚାର ଆପଣଙ୍କ ସପକ୍ଷରେ ଯିବ। ବିଦ୍ବାନ ଓ ଶାସ୍ତ୍ରଜ୍ଞ ହେବେ। ସୁସ୍ଥ ଓ ନିରାମୟ ରହିବେ।
ମକର: କର୍ମଚଞ୍ଚଳ ରହିବେ। ଥଣ୍ଡା, କଫଜନିତ ସାମାନ୍ୟ ପୀଡ଼ା ଅନୁଭବ କରିପାରନ୍ତି। ସାଧନା ପାଇଁ ଏକାନ୍ତବାସକୁ ଆଦରି ନେବେ। ପ୍ରୀତିପୂର୍ଣ୍ଣ କଥାରେ ପରକୁ ଆପଣାର କରିବେ। ଖର୍ଚ୍ଚାନ୍ତ ଯୋଗ ଅଛି।
କୁମ୍ଭ: ସୁସ୍ଥ ଓ ନିରାମୟ ରହିବେ। ଯଶସ୍ବୀ ହେବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। ବହୁବିଦ୍ୟାରେ ଜ୍ଞାନୀ ହେବେ।
ମୀନ: କୁଳ ପ୍ରଦୀପ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାଳୁ ସ୍ବଭାବର ହେବେ। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହେବେ। ନିଜ ପରିବାର ପ୍ରତି ସ୍ନେହ, ସଦ୍ଦିଚ୍ଛା ଭାବ ରହିବ।

Hot this week

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

କୁହୁଡ଼ି ପାଇଁ ମୋଦୀଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଘନ କୁହୁଡ଼ି ଜାତୀୟ ଦିଲ୍ଲୀକୁ ଘେରି...

ମେସିଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଦିଲ୍ଲୀରେ ପ୍ରବଳ ମାତ୍ରାରେ ପ୍ରଦୂଷଣ ଯୋଗୁଁ...

Related Articles

Popular Categories