www.samajalive.in
Monday, December 8, 2025
14.1 C
Bhubaneswar

କିଛି ଅଙ୍କ ତଳକୁ ଖସିଲା ସଂକ୍ରମିତ ସଂଖ୍ୟା; ୨୪ ଘଣ୍ଟାରେ ୨୫ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟାରେ କିଛି ଅଙ୍କ ତଳକୁ ଖସିଛି କରୋନା ସଂକ୍ରମଣ। ଗତକାଲି ୪୧ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଶୁକ୍ରବାର ତଥ୍ୟ ଅନୁଯାୟୀ ୨୪ ଘଣ୍ଟା ମଧ୍ୟରେ ୨୫ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୫ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୧୦ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି। ସଂକ୍ରମିତଙ୍କ ମଧ୍ୟରେ କେହି ୧୮ ବର୍ଷରୁ କମ୍ ବୟସର ଶିଶୁ-କିଶୋର ନଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି। ନୂଆ ସଂକ୍ରମିତଙ୍କୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍‌ ୧୨, ୮୮, ୭୬୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଅପରପକ୍ଷେ ୧୨, ୭୯, ୩୯୮ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧୫୮ ଜଣ ସକ୍ରିୟ ସଂକ୍ରମିତ ଚିକିତ୍ସାଧିନ ଅଛନ୍ତି।

୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୬ଟି ଜିଲ୍ଲାରୁ ୨୫ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଅବଶିଷ୍ଟ ୨୪ଟି ଜିଲ୍ଲାରେ କରୋନା ସଂକ୍ରମଣର ସୂଚନା ନାହିଁ। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୫ ଜଣ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ବର ଜିଲ୍ଲାରୁ ୧ ଜଣ, ବଲାଙ୍ଗୀରରୁ ୧ ଜଣ, କଟକ ଜିଲାରୁ ୨ ଜଣ, ଜଗତସିଂହପୁର ଜିଲାରୁ ୧ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ସୁନ୍ଦରଗଡ଼ ଜିଲ୍ଲାରୁ ୧ ଜଣ ଓ ଷ୍ଟେଟପୁଲରୁ ୪ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories