ରାଜ୍ୟରେ ଉପର ମୁହାଁ ସଂକ୍ରମଣ : ୩୮ନୂଆ ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ବର : ରାଜ୍ୟରେ କରୋନା ସଂକ୍ରମଣ ପୁଣି ଉପର ମୁହାଁ ହୋଇଛି। ଦିନକରେ ଆଉ ୩୮ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ୩ ଜିଲ୍ଲା ଓ ଷ୍ଟେଟ ପୁଲରୁ ଏହି ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଙ୍ଗରୋଧରୁ ୨୩ ଓ ସ୍ଥାନୀୟ ଅଞ୍ଚଳରୁ ୧୫ ଜଣ ଚିହ୍ନଟ ହୋଇଛନ୍ତି । ଫଳରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୮ ହଜାର ୮୦୦କୁ ବୃଦ୍ଧି ପାଇଛି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୭ ଜଣ ଆକ୍ରନ୍ତ ଚିହ୍ନଟ ହୋଇଛନ୍ତି ।
Covid-19 Report For 17th June
New Positive Cases: 38
Of which 0-18 years: 2
In quarantine: 23
Local contacts: 15(Details of local contacts will be shared by concerned District)
1. Cuttack: 2
2. Khurda: 27
3. Puri: 3
4. State Pool: 6— I & PR Department, Odisha (@IPR_Odisha) June 18, 2022
ସେହିପରି ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୨୧ ଜଣ ସୁସ୍ଥ ହୋଇଛନ୍ତି । ଏଥି ସହ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୧୨ ଲକ୍ଷ ୭୯ ହଜାର ୪୧୯ରେ ପହଞ୍ଚିଛି।
ରାଜ୍ୟର ୨୭ ଜିଲ୍ଲା କରୋନା ମୁକ୍ତ ରହିଛି । ଅନ୍ୟପକ୍ଷରେ ଚିକିତ୍ସାଧୀନ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨୦୨ ରହିଛି।
Comments are closed.