www.samajalive.in
Wednesday, December 10, 2025
26.1 C
Bhubaneswar

ଜଡ଼ିଦା କ୍ଲଷ୍ଟରରେ ସୁରଭି କାର୍ଯ୍ୟକ୍ରମ 

ବଡ଼ସାହି : ଶୁକ୍ରବାର ଶାଳଗାଁ ପ୍ରାଥମିକ ବିଦ୍ୟାଳୟରେ ଜଡିଦା କ୍ଲଷ୍ଟରର ଶିଶୁ ମହୋତ୍ସବ ‘ସୁରଭି’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କ୍ଲଷ୍ଟରର ସିଆର୍‍ସିସି କର୍ତ୍ତିର୍କ ଚନ୍ଦ୍ର ଜେନାଙ୍କ ସଭାପତିତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ବିଇଓ ଦେବବ୍ରତ ବାରିକ, ସମ୍ମାନିତ ଅତିଥି ଭାବେ ଏବିଇଓ ପଦ୍ମଲୋଚନ ଦାସ, ଅବସରପ୍ରାପ୍ତ ଶିକ୍ଷକ ପ୍ରଫୁଲ୍ଲ ଚନ୍ଦ୍ର ମହାଳିକ ଓ ଶାଳଗାଁ ପଞ୍ଚାୟତ ସମିତି ସଭ୍ୟ ଚୈତନ୍ୟ ସିଂ ପ୍ରମୁଖ ଉପସ୍ଥିତ ଥିଲେ। ସିନିଅର ଓ ଜୁନିଅର ଦୁଇଟି ବିଭାଗରେ ଛାତ୍ରଛାତ୍ରୀଙ୍କ ମଧ୍ୟରେ ତର୍କ, ପ୍ରବନ୍ଧ, ସଙ୍ଗୀତ, କୁଇଜ, ଚିତ୍ରାଙ୍କନ ଓ ସୃଜନାତ୍ମକ ଲିଖନ ଆଦି ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। କୃତୀ ପ୍ରତିଯୋଗୀଙ୍କୁ ଅତିଥିବୃନ୍ଦ ପୁରସ୍କାର ଓ ପ୍ରମାଣପତ୍ର ପ୍ରଦାନ କରିଥିଲେ। ପ୍ରଥମ ସ୍ଥାନ ଅଧିକାର କରିଥିବା କୃତୀ ପ୍ରତିଯୋଗୀମାନେ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମରେ ଅଂଶ ଗ୍ରହଣ କରିବେ। ଶେଷରେ ଶିକ୍ଷକ ଜଗନ୍ନାଥ ମିଶ୍ର ଧନ୍ୟବାଦ ଅର୍ପଣ କରିଛନ୍ତି।

Hot this week

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

ଗୁଜୁରାଟରେ ଭୟାବହ ଅଗ୍ନିକାଣ୍ଡ

ସମାଜ ଲାଇଭ ଡ଼େସ୍କ : ଗୁଜୁରାଟ ସ୍ଥିତ ସୁରଟର ଟେକ୍ସଟାଇଲ ବଜାରରେ...

ଇଣ୍ଡିଗୋ ଅଚଳାବସ୍ଥା : ୧୧ଟି ବିମାନବନ୍ଦରରେ କ୍ଷେତ୍ର ଯାଞ୍ଚ ପାଇଁ ଡିଜିସିଏ ନିର୍ଦ୍ଦେଶ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋର ଉଡାଣ କ୍ଷେତ୍ରରେ ବଡ଼ ଧରଣର...

Related Articles

Popular Categories