www.samajalive.in
Monday, December 15, 2025
24.1 C
Bhubaneswar

ସୋମବାରରୁ ଶ୍ରୀଲଙ୍କାରେ ସରକାରୀ ଅଫିସ, ସ୍କୁଲ ବନ୍ଦ

କଲମ୍ବୋ: ଗୁରୁତର ଆର୍ଥିକ ସଙ୍କଟର ସମ୍ମୁଖୀନ ହେଉଥିବା ଶ୍ରୀଲଙ୍କା ସରକାର ସୋମବାରଠାରୁ ଦେଶର ସମସ୍ତ ସରକାରୀ ଅଫିସ ଓ ସ୍କୁଲ ବନ୍ଦ ରଖିଛନ୍ତି। ଦେଶରେ ପେଟ୍ରୋଲିୟମ ଇନ୍ଧନର ଘୋର ସଙ୍କଟ କାରଣରୁ ସରକାର ବାଧ୍ୟ ହୋଇ ଏଭଳି ନିଷ୍ପତ୍ତି ନେଇଥିବା କୁହାଯାଇଛି। ଦେଶରେ ଦୈନିକ ୧୩ ଘଣ୍ଟାରୁ ଅଧିକ ସମୟ ପର୍ଯ୍ୟନ୍ତ ବିଦ୍ୟୁତ କାଟ୍‍ ଚାଲିଥିବାବେଳେ ଦେଶର ଶିକ୍ଷା ମନ୍ତ୍ରଣାଳୟ ପକ୍ଷରୁ ସୋମବାରଠାରୁ ସମସ୍ତ ସରକାରୀ ଏବଂ ସରକାରୀ ଅନୁମତିପ୍ରାପ୍ତ ବେସରକାରୀ ସ୍କୁଲ ଛାତ୍ରଛାତ୍ରୀଙ୍କୁ ଅନ୍‍ଲାଇନରେ ପାଠ ପଢ଼ାଇବାକୁ ଶିକ୍ଷକମାନଙ୍କୁ ପରାମର୍ଶ ଦିଆଯାଇଛି। ପେଟ୍ରୋଲ ଓ ଡିଜେଲ ସଞ୍ଚୟ ପାଇଁ ସରକାର ସମସ୍ତ ସରକାରୀ କର୍ମଚାରୀଙ୍କୁ ଅଫିସ ନଆସିବାକୁ କହିବା ସହିତ ଅଫିସଗୁଡିକ ସୋମବାରଠାରୁ ବନ୍ଦ ରଖିବାକୁ କହିଛନ୍ତି। କେବଳ ସ୍ୱାସ୍ଥ୍ୟ ବିଭାଗ କର୍ମଚାରୀ ସେମାନଙ୍କ କାର୍ଯ୍ୟରେ ଉପସ୍ଥିତ ରହିବାକୁ କୁହାଯାଇଛି।

Hot this week

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

ଶ୍ରମଜୀବୀ ନା ଶ୍ରମଯୋଗୀ

ଖଣିଜ ପଦାର୍ଥ ସମୃଦ୍ଧ ରାଜ୍ୟ ମଧ୍ୟରେ ଅବିଭକ୍ତ ବିହାର ଓ ଓଡ଼ିଶା...

ଆଜିର ପଞ୍ଚାଙ୍ଗ: ସତର୍କ ରୁହନ୍ତୁ, ୧ଘଣ୍ଟା ପାଇଁ ରହିବ ରାହୁକାଳ

ସମାଜ ଡିଜିଟାଲ ଡେସ୍କ: ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ ସଫଲା ଏକାଦଶୀର...

ଚିନ୍ତାକଳ୍ପ : ସ୍ଥିତପ୍ରଜ୍ଞ ମହାତ୍ମା

ଏକଦା ତୀର୍ଥଙ୍କର ମହାବୀର ପୂର୍ବ ଦିଗକୁ ମୁହଁକରି ଆଖିବୁଜି ଧ୍ୟାନସ୍ଥ ଥାଆନ୍ତି।...

ସମ୍ପାଦକୀୟ : ଷ୍ଟାମ୍ପ ଡ୍ୟୁଟି ସଂଶୋଧନ

ସାଧାରଣଙ୍କୁ ସୁହାଇବା ଉଚିତ ନିଜର ଗୋଟିଏ ଘର ତୋଳିବା କିମ୍ବା ଛୋଟ ଜମିଟିଏ...

Related Articles

Popular Categories