www.samajalive.in
Friday, December 12, 2025
15.1 C
Bhubaneswar

ଦେଶରେ ଆଉ ୯,୯୨୩ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ ୧୦ ହଜାର ତଳକୁ ଖସିଲା କରୋନା ସଂକ୍ରମଣ । ଲଗାତର କିଛି ଦିନ ହେବ ଦେଶରେ ୧୨ ହଜାର ଉପରେ ମାମଲା ଚିହ୍ନଟ ହେଉଥିବା ବେଳେ ଆଜି ଦେଶରେ ୯ହଜାର ୯୨୩ କରୋନା ସଂକ୍ରମଣ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ସଂକ୍ରମଣ ଜାରି ରହିଥିବାରୁ କିଛି ଆକ୍ରାନ୍ତଙ୍କ ମଧ୍ୟ ମୃତ୍ୟୁ ହେଉଛି । କରୋନା ଯୋଗୁ ଗତ ୨୪ ଘଣ୍ଟାରେ ଆଉ ୧୭ଜଣଙ୍କ ମୃତ୍ୟୁ ହୋଇଛି । ସେପଟେ ଲଗାତର ଦେଶରେ କରୋନା ସଂକ୍ରମଣ ବଢ଼ୁଥିବାରୁ ୮୦ ହଜାର ନିକଟତର ହୋଇଛି ମୋଟ୍‌ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା । ଆଜିର ଚିହ୍ନଟ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ମୋଟ୍‌ ୭୯, ୩୧୩ ଜଣ କରୋନା ସକ୍ରିୟ ଆକ୍ରାନ୍ତ ରହିଥିବା ସୂଚନା ଦିଆଯାଇଛି ।

ସୁସ୍ଥତା ତୁଳନାରେ ଦୈନିକ ସଂକ୍ରମଣ ବୃଦ୍ଧି ପାଇବା ହେତୁ ଦେଶରେ ପଜିଟିଭିଟି ହାର  ମଧ୍ୟ ବୃଦ୍ଧି ପାଉଛି । ଦେଶରେ ପଜିଟିଭିଟି ହାର ୨.୫୫%କୁ ବୃଦ୍ଧି ପାଇଛି । ସେପଟେ ଆଜିର ମୃତକଙ୍କୁ ମିଶାଇ ଦେଶରେ ମୋଟ୍‌ ୫ଲକ୍ଷ ୨୪ ହଜାର ୮୯୦ଜଣଙ୍କ ମୃତ୍ୟୁ ହୋଇଛି । ସେହିପରି ଏଯାଏ ଦେଶରେ ମୋଟ୍‌ କରୋନାରୁ ସୁସ୍ଥ ହେଲେଣି ୪,୨୭,୧୫,୧୯୩ଜଣ ଆକ୍ରାନ୍ତ । ଦେଶରେ କରୋନା ସଂକ୍ରମଣ ଜରି ରହିଥିବାରୁ ଟିକାକରଣ ମଧ୍ୟ କରାଯାଉଛି । ଏଯାଏ ୧୯୬.୩୨ ​‌କୋଟି ଡୋଜ୍‌ ଟିକା ଦିଆସରିଲାଣି ।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories