www.samajalive.in
Monday, December 8, 2025
27.1 C
Bhubaneswar

ମୋବାଇଲ ଚୋରକୁ ୨ ବର୍ଷ ସଶ୍ରମ କାରାଦଣ୍ଡ

ଖଡ଼ିଆଳ : ଖଡ଼ିଆଳ ସ୍ଥିତ ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ ଏକ ମୋବାଇଲ ଚୋରି ଅଭିଯୋଗରେ ଜଣେ ଚୋରକୁ ୨ ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ସୂଚନା ଅନୁସାରେ, ଗତବର୍ଷ ଜୁଲାଇ ମାସ ୧୮ ତାରିଖ ରାତି ସମୟରେ ଖଡ଼ିଆଳର ଫକୋଟପଡ଼ା ବାସିନ୍ଦା ରମଜାନ ଅଲ୍ଲିଙ୍କ ଘରୁ ଦୁଇ ଗୋଟି ମୋବାଇଲ ଚୋରି ଅଭିଯୋଗରେ ଗିରଫ ହୋଇ ଜେଲ ଯାଇଥିଲେ ଯଶୋବନ୍ତ କୂଳଦୀପ ନାମକ ଯୁବକ। ଏନେଇ ଆଜି ୧୦ ଜଣ ସାକ୍ଷ୍ୟଙ୍କ ବୟାନକୁ ଭିତ୍ତି କରି ମାଜିଷ୍ଟ୍ରେଟ ରୀତା ତ୍ରିପାଠୀ ଅଭିଯୁକ୍ତ ଯଶୋବନ୍ତ କୂଳଦୀପଙ୍କୁ ୨ ବର୍ଷ ସଶ୍ରମ କାରା ଦଣ୍ଡାଦେଶ ଶୁଣାଇଥିବା ସୂଚନା ମିଳିଛି।

Hot this week

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

ନିଆଁରେ ପୋଡି ହୋଇ ଛାତ୍ରୀ ମୃତ୍ୟୁ ଘଟଣା : ୪ ଲକ୍ଷ ଅନୁକମ୍ପା ରାଶି ଘୋଷଣା

ଭୁବନେଶ୍ଵର :ନିଆଁରେ ପୋଡି ହୋଇଥିବା ରାଜଗାଙ୍ଗପୁର ଲାଞ୍ଜିବେରାନାର ଗୁରୁତର ଛାତ୍ରୀଙ୍କ ମୃତ୍ୟୁ...

ଗାଁ କଳିରୁ ପୋଡାଜଳା , ମେଳି, ଉତ୍ତେଜନା : ୨୪ ଘଣ୍ଟା ଇଣ୍ଟରନେଟ୍ ବନ୍ଦ

ମାଲକାନଗିରି: ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ମାରିୱାଡ଼ା ପଞ୍ଚାୟତ ଅନ୍ତର୍ଗତ ରାଖେଲଗୁଡ଼ା...

Related Articles

Popular Categories