www.samajalive.in
Thursday, December 11, 2025
15.1 C
Bhubaneswar

ଓଡ଼ିଶାର ଦ୍ରୌପଦୀ ମୁର୍ମୁ ହେଲେ ଏନଡିଏର ରାଷ୍ଟ୍ରପତି ପ୍ରାର୍ଥୀ, ଘୋଷଣା କଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି.ନଡ୍ଡା

ଭୁବନେଶ୍ବର: ଓଡ଼ିଶାର ଦ୍ରୌପଦୀ ମୁର୍ମୁ ହେଲେ ଏନଡିଏର ରାଷ୍ଟ୍ରପତି ପ୍ରାର୍ଥୀ। ଆଜି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି.ନଡ୍ଡା ତାଙ୍କ ନାମ ଘୋଷଣା କରିଛନ୍ତି। ଏନଡିଏ ମେଣ୍ଟ ପକ୍ଷରୁ ଓଡ଼ିଶାର ଦ୍ରୌପଦୀ ମୁର୍ମୁଙ୍କୁ ରାଷ୍ଟ୍ରପତି ପ୍ରାର୍ଥୀ ଭାବେ ମନୋନୀତ କରାଯାଇଛି। ତାଙ୍କର ସିଧାସଳଖ ଲଢ଼େଇ ବିରୋଧୀ ମେଣ୍ଟର ପ୍ରାର୍ଥୀ ଯଶୱନ୍ତ ସିହ୍ନାଙ୍କ ସହ ହେବ।
ବିଜେପି ପାଖରେ ପ୍ରାୟତଃ ରାଷ୍ଟ୍ରପତି ନିର୍ବାଚନରେ ବିଜୟୀ ହେବାକୁ ଅଧିକ ସଂଖ୍ୟା ଥିବାରୁ ଦ୍ରୌପଦୀ ମୁର୍ମୁ ହିଁ ଦେଶର ପରବର୍ତ୍ତୀ ରାଷ୍ଟ୍ରପତି ହେବା ଏକ ପ୍ରକାରର ନିଶ୍ଚିତ ହୋଇଯାଇଛି। ଯଦି ଦ୍ରୌପଦୀ ମୁର୍ମୁ ବିଜୟୀ ହୁଅନ୍ତି, ତା’ହେଲେ ପ୍ରଥମ ଓଡ଼ିଆ ଭାବେ ସେ ରାଷ୍ଟ୍ରପତି ହେବାର ଗୌରବ ଅର୍ଜନ କରିବେ। ସେହିପରି ଦେଶର ଦ୍ୱିତୀୟ ମହିଳା ରାଷ୍ଟ୍ରପତି ହେବେ। ଏହାପୂର୍ବରୁ ଦ୍ରୌପଦୀ ମୁର୍ମୁ ଝାରଖଣ୍ଡର ପୂର୍ବତନ ରାଜ୍ୟପାଳ ଭାବେ କାର୍ଯ୍ୟ କରିଛନ୍ତି। ବିଜେପି ଅଧ୍ୟକ୍ଷ ଜେପି ନଡ୍ଡା ଆଜି ସନ୍ଧ୍ୟାରେ ଦଳର ବରିଷ୍ଠ ନେତା ଦ୍ରୌପଦୀ ମୁର୍ମୁଙ୍କ ନାଁ ଉପରେ ମୋହର ମାରିଛନ୍ତି।

ଦ୍ରୌପଦୀ ମୁର୍ମୁ ବିଜେପି ନେତୃତ୍ୱାଧୀନ ଏନଡିଏର ରାଷ୍ଟ୍ରପତି ପ୍ରାର୍ଥୀ ହେବା ପୂର୍ବରୁ ପ୍ରଥମ ଆଦିବାସୀ ମହିଳା ଭାବେ ଝାରଖଣ୍ଡର ରାଜ୍ୟପାଳ ହୋଇଥିଲେ। ୨୦୧୫ରୁ ୨୦୨୧ ଯାଏ ସେ ରାଜ୍ୟପାଳ ଭାବେ କାମ କରିଥିଲେ।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories