www.samajalive.in
Monday, December 8, 2025
27.1 C
Bhubaneswar

ଜେସିବି ଧକ୍କାରେ ୨ ବାଇକ ଆରୋହୀ ଗୁରୁତର

ବୌଦ୍ଧ: ବୌଦ୍ଧ ପୁରୁଣା ଜେଲ ନିକଟରେ ଗତକାଲି ଅପରାହ୍ନରେ ଜେସିବି ଧକ୍କାରେ ଦୁଇ ଜଣ ବାଇକ ଆରୋହୀ ଗୁରୁତର ହୋଇଛନ୍ତି । ଦୁଇ ବାଇକ ଆରୋହୀଙ୍କୁ ଗୁରୁତର ଅବସ୍ଥାରେ ବୌଦ୍ଧ ମେଡିକାଲରେ ଭର୍ତ୍ତି କରାଯାଇ ଥିଲା । ସେମାନଙ୍କ ଅବସ୍ଥା ଗୁରୁତର ହେବାରୁ ସେମାନଙ୍କୁ ବୁର୍ଲା ମେଡିକାଲକୁ ସ୍ଥାନାନ୍ତର କରାଯାଇଥିବା ଜଣାପଡିଛି । ପ୍ରକାଶ ଥାଉକି ଆଜି ବୌଦ୍ଧ ବ୍ଲକ ଆମ୍ବଝରି ପଂଚାୟତ ଅନ୍ତର୍ଗତ ପାଟଲିପଡା ଗ୍ରାମର କୈଳାସ ମାଝି ଓ ଖଜୁରୀପଡା ଗ୍ରାମର ସଂଜୀବ ମହାଲିକ ବୌଦ୍ଧରୁ ଏକ ବାଇକ ଯୋଗେ ଗ୍ରାମ ଅଭିମୁଖେ ଯାଉଥିବା ବେଳେ ପୁରୁଣା ଜେଲ ନିକଟରେ ଏକ ଜେସିବି ବାଇକକୁ ଧକ୍କା ଦେଇଥିଲା । ଫଳରେ ଦୁଇ ବାଇକ ଅରୋହି ଗୁରୁତର ଆହତ ହୋଇଥିଲେ । ସେମାନଙ୍କୁ ସଙ୍ଗେ ସଙ୍ଗେ ସ୍ଥାନୀୟ ଲୋକମାନେ ଉଦ୍ଧାର କରି ୧୦୮ ଆମ୍ବୁଲାନ୍ସ ଯୋଗେ ବୌଦ୍ଧ ମେଡିକାଲରେ ଭର୍ତ୍ତି କରିଥିଲେ । ସେମାନଙ୍କ ପେଟରେ ଗଭୀର ଆଘାତ ଲାଗିଛି । ଅବସ୍ଥା ଗୁରୁତର ହେବାରୁ ସେମାନଙ୍କୁ ବୁର୍ଲା କୁ ସ୍ଥାନାନ୍ତରିତ କରାଯାଇଥିବା ଜଣାପଡ଼ିଛି । ଘଟଣାସ୍ଥଳରେ  ବୌଦ୍ଧ ପୁଲିସ ପହଁଚି ଜେସିବି ଓ ବାଇକକୁ ଜବତ କରିବା ତଦନ୍ତ ଆରମ୍ଭ କରିଛି ।

Hot this week

ଦାବି ପୂରଣର ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ

ରାଉରକେଲା: ଦାବି ପୂରଣର ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ ହୋଇଛି। ସୁନ୍ଦରଗଡ...

ବିଗ୍ ବସ୍ ୧୯ର ବିଜେତା ହେଲେ ଗୌରବ ଖାନ୍ନା

ସମାଜ ଡିଜିଟାଲ ଡେସ୍କ: ଗୌରବ ଖାନ୍ନା ରିଆଲିଟି ଶୋ ବିଗ୍ ବସ୍...

ହୋଟେଲ ବୁକିଂ ନାଁରେ ଠକେଇ: ସାବଧାନ, ଠକମାନେ ଏମିତି ଫଶାଉଛନ୍ତି

ସମାଜ ଡିଜିଟାଲ ଡେସ୍କ: ନିକଟରେ, ପ୍ରୟାଗରାଜର କ୍ୟାଣ୍ଟ ପୁଲିସ ଷ୍ଟେସନ ଅଞ୍ଚଳରେ...

ପଲିଥିନ୍‌ କାରଖାନାରେ ନିଆଁ

କଟକ: ଆଜି କଟକ ଜଗତପୁରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗୁଜରପୁରଠାରେ ଥିବା...

ସଂସଦରେ ‘ବନ୍ଦେ ମାତରମ୍‌ ବିତର୍କ’: କଂଗ୍ରେସକୁ ଟାର୍ଗେଟ

ନୂଆଦିଲ୍ଳୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନରେ ‘ବନ୍ଦେ ମାତରମ୍‌’ ଉପରେ ବିତର୍କ...

Related Articles

Popular Categories