ପାଟଣା : କେନ୍ଦୁଝର ଜିଲ୍ଲା ଘଟଗାଁ ଥାନା ଅନ୍ତର୍ଗତ ସାନ୍ତରାପୁର ଗ୍ରାମରେ ବୁଧବାର ବଜ୍ରାଘାତରେ ଦୁଇଜଣଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ସାନ୍ତରାପୁର ଗ୍ରାମର ହୀରାମଣି ମୁଣ୍ଡା(୬୫) ଓ ବିନତି ମୁଣ୍ଡା(୩୫)।
ସୂଚନା ଅନୁଯାୟୀ, ଆଜି ଅପରାହ୍ନରେ ଉଭୟ ଛେଳି ଚରାଇବାକୁ ନିକଟସ୍ଥ ଜଙ୍ଗଲକୁ ଯାଇଥିବା ବେଳେ ପ୍ରବଳ ବର୍ଷା ହୋଇଥିଲା । ଏହି ସମୟରେ ଦୁଇଜଣ ଜଙ୍ଗଲରେ ଏକ ପଥର ଖୋଲରେ ରହିଥିଲେ। ହଠାତ ବଜ୍ରାଘାତ ହେବାରୁ ଉଭୟ ଟଳି ପଡ଼ିଥିଲେ। ସ୍ଥାନୀୟ ଲୋକଙ୍କ ସହାୟତାରେ ଉଭୟଙ୍କୁ ଘଟଗାଁ ମେଡିକାଲରେ ଭର୍ତି କରାଯାଇଥିଲା। ହେଲେ ଡାକ୍ତର ଉଭୟଙ୍କୁ ମୃତ ଘୋଷଣା କରିଥିଲେ।



