www.samajalive.in
Tuesday, December 9, 2025
17.1 C
Bhubaneswar

ମର୍ମନ୍ତୁଦ ସଡକ ଦୁର୍ଘଟଣା ; ଟ୍ରକ ଓଲଟି ଚାଲିଗଲା ୧୦ ଜୀବନ

ଲଖନଉ : ଉତରପ୍ରଦେଶର ପିଲିଭୀତ ଜିଲାରେ ବଡ ଧରଣର ସଡକ ଦୁର୍ଘଟଣା ଘଟିଥିବା ନେଇ ଗୁରୁବାର ଖବର ମିଳିଛି। ଏକ ଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇ ପ୍ରାୟ ୧୦ ଜଣଙ୍କର ମୃତ୍ୟୁ ଘଟିଛି। ଏହାସହ ପ୍ରାୟ ୬ ଜଣ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ମୃତକଙ୍କ ସଂଖ୍ୟା ବୃଦ୍ଧି ପାଇପାରେ ବୋଲି ଆଶଙ୍କା କରାଯାଉଛି। ଖବର ପାଇ ପୁଲିସ ଓ ଉଦ୍ଧାରକାରୀ ଦଳ ଘଟଣା ସ୍ଥଳରେ ପହଂଚି ଉଦ୍ଧାରକାର୍ଯ୍ୟ ଆରମ୍ଭ କରିଛନ୍ତି। ଘଟଣାର ତଦନ୍ତ ମଧ୍ୟ ଆରମ୍ଭ କରିଛନ୍ତି।
ସୂଚନା ଯୋଗ୍ୟ, ପିଲିଭୀତର ଗଜରୌଲା ଥାନା ଅଂଚଳରେ ଏକ ଦ୍ରୁତଗତିରେ ଆସୁଥିବା ଏକ ଟ୍ରକ ଗଛରେ ପିଟି ହେବା ପରେ ରାସ୍ତା ଉପରେ ଓଲଟି ପଡିଥିଲା। ଭୋର ୪ଟା ସମୟରେ ଏହି ଦୁର୍ଘଟଣା ଘଟିଛି। ଏହି ଟ୍ରକରେ (ଡାଲା ଥିବା ଟ୍ରକ)ଲୋକେ ହରିଦ୍ୱାରରୁ ଗଙ୍ଗା ସ୍ନାନ କରି ଫେରୁଥିଲେ ବୋଲି ଜଣାପଡିଛି। ଦୁର୍ଘଟଣାର ଶିକାର ହୋଇଥିବା ଅଧିକାଂଶ ଲୋକେ ଲଖିମପୁରର ଗୋଲାର ବାସିନ୍ଦା ବୋଲି କୁହାଯାଉଛି। ଦୁର୍ଘଟଣା ପରେ ଖୁବ ଜୋରରେ ଚିତ୍କାର ଶୁଣା ଯାଇଥିଲା। ଏହାପରେ ସ୍ଥାନୀୟ ଲୋକେ ପହଂଚିବା ସହ ପୁଲିସକୁ ଖବର ଦେଇଥିଲେ। ଚାଳକର ଆଖି ଲାଗି ଯିବାରୁ ଏହି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି ବୋଲି କୁହାଯାଉଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories