www.samajalive.in
Monday, December 8, 2025
14.1 C
Bhubaneswar

ପ୍ରଧାନମନ୍ତ୍ରୀଙ୍କୁ ସାକ୍ଷାତ କଲେ ଦ୍ରୌପଦୀ ମୁର୍ମୁ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଗୁରୁବାର ସାକ୍ଷାତ କରିଛନ୍ତି ଏନ୍‌ଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ। ଏନେଇ ମୋଦୀ ନିଜେ ଟ୍ବିଟ୍‌ କରି ସୂଚନା ଦେଇଛନ୍ତି। ସାକ୍ଷାତ ସମୟର ଫଟୋ ମଧ୍ୟ ସେ ଶେୟାର କରିଛନ୍ତି।

ମୋଦୀ କହିଛନ୍ତି, ‘‘ଦ୍ରୌପଦୀ ମୁର୍ମୁ ଜୀଙ୍କୁ ସାକ୍ଷାତ କଲି। ରାଷ୍ଟ୍ରପତି ପଦ ପାଇଁ ତାଙ୍କର ପ୍ରାର୍ଥୀତ୍ବ ଦେଶ ତଥା ସମାଜର ସମସ୍ତ ବର୍ଗଙ୍କ ଦ୍ୱାରା ପ୍ରଶଂସିତ ହେଉଛି। ଭାରତର ବିକାଶ ପାଇଁ ତାଙ୍କର ଦୃଷ୍ଟିକୋଣ ଅତ୍ୟନ୍ତ ଉତ୍କୃଷ୍ଟ।’’

- Advertisement -

ଏନ୍‌ଡିଏ ପକ୍ଷରୁ ରାଷ୍ଟ୍ରପତି ପ୍ରାର୍ଥୀ ଘୋଷଣା ପରେ ମୁର୍ମୁ ଆଜି ଦିଲ୍ଲୀରେ ପହଞ୍ଚିଛନ୍ତି। ପ୍ରଧାନମନ୍ତ୍ରୀ ମୋଦୀ ଏବଂ ଦଳର ପ୍ରମୁଖ ନେତାଙ୍କ ଉପସ୍ଥିତିରେ ମୁର୍ମୁ(୬୪) ଶୁକ୍ରବାର ତାଙ୍କ ପ୍ରାର୍ଥୀପତ୍ର ଦାଖଲ କରିବେ। ଜୁଲାଇ ୧୮ ତାରିଖରେ ରାଷ୍ଟ୍ରପତି ପଦ ପାଇଁ ମତଦାନ ହେବ। ବର୍ତ୍ତମାନର ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ କାର୍ଯ୍ୟକାଳ ଜୁଲାଇ ୨୪ ତାରିଖରେ ଶେଷ ହେବ।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories