www.samajalive.in
Monday, December 8, 2025
13.1 C
Bhubaneswar

କଳା କ୍ଷେତ୍ରରେ ତାଙ୍କର ଅନୁପସ୍ଥିତି ସର୍ବଦା ଅନୁଭବ ହେବ: ନବୀନ

ଭୁବନେଶ୍ବର: ଓଡ଼ିଆ ସିନେଜଗତର ଲୋକପ୍ରିୟ ଅଭିନେତା ରାଇମୋହନ ପରିଡ଼ା ଶୁକ୍ରବାର ଆତ୍ମହତ୍ୟା କରିଛନ୍ତି। ଏହି ଖବର ଓଲିଉଡ଼୍‌ ଶିଳ୍ପ ସମେତ ତାଙ୍କ ପ୍ରଶଂସକ ତଥା ସମଗ୍ର ରାଜ୍ୟବାସୀଙ୍କୁ ଶକ୍ତ ଧକ୍କା ଦେଇଛି। ଏହି ପ୍ରସିଦ୍ଧ ଅଭିନେତାଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଟ୍ବିଟ୍‌ କରି ଶୋକ ବ୍ୟକ୍ତ କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଇଛନ୍ତି ନବୀନ।

ଟ୍ବିଟ୍‌ କରି ସେ ଲେଖିଛନ୍ତି, ‘‘ବିଶିଷ୍ଟ ଅଭିନେତା ରାଇମୋହନ ପରିଡ଼ାଙ୍କ ଅକାଳ ବିୟୋଗ ବିଷୟରେ ଜାଣି ମୁଁ ଦୁଃଖିତ। ନାଟକଠୁ ଆରମ୍ଭ କରି ଯାତ୍ରା, ଚଳଚ୍ଚିତ୍ର ପରି କଳାର ବିଭିନ୍ନ କ୍ଷେତ୍ରରେ ତାଙ୍କର ଅନୁପସ୍ଥିତି ସର୍ବଦା ଅନୁଭବ ହେବ। ତାଙ୍କ ନିଖୁଣ ଅଭିନୟ ପାଇଁ ସେ ସ୍ମରଣୀୟ ରହିବେ। ଅମର ଆତ୍ମାର ସଦଗତି କାମନା ସହ ଶୋକାକୁଳ ପରିବାରବର୍ଗଙ୍କ ପ୍ରତି ମୋ ସମବେଦନା ଜଣାଉଛି।’’

- Advertisement -


ସୂଚନାଯୋଗ୍ୟ, ବରିଷ୍ଠ ଅଭିନେତା ରାଇମୋହନ ପରିଡ଼ା କୌଣସି ଏକ କାରଣକୁ ନେଇ ଆତ୍ମହତ୍ୟା କରିଥିବା ସୂଚନା ମିଳିଛି। ଭୁବନେଶ୍ୱର ପ୍ରାଚୀ ବିହାର ସ୍ଥିତ ତାଙ୍କ ଘରୁ ରାଇମୋହନଙ୍କ ଝୁଲନ୍ତା ମୃତଦେହ ମିଳିଥିବା ବେଳେ କେଉଁ କାରଣରୁ ସେ ଆତ୍ମହତ୍ୟା କରିଛନ୍ତି ତାହା ଜଣାପଡ଼ିନାହିଁ। ପାରିବାରିକ ଅସନ୍ତୋଷ କାରଣରୁ ରାଇମୋହନ ଆତ୍ମହତ୍ୟା କରିଥିବା ଅନୁମାନ କରାଯାଉଛି। ଏନେଇ ଖବର ପାଇବାପରେ ମଞ୍ଚେଶ୍ୱର ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ଶବବ୍ୟବଚ୍ଛେଦ ପାଇଁ କ୍ୟାପିଟାଲ ହସ୍ପିଟାଲକୁ ନଠାଇଛି। ରାଇମୋହନଙ୍କ ମୃତ୍ୟୁ ନେଇ ପଚରାଉଚରା କରୁଛି ପୁଲିସ।

Hot this week

ଯାତ୍ରୀଙ୍କୁ ଟିକଟ ଅର୍ଥ ଫେରାଇଲା ଇଣ୍ଡିଗୋ

ନୂଆଦିଲ୍ଲୀ : ବିମାନ ଉଡାଣ ବାତିଲ ବାବଦକୁ ଇଣ୍ଡିଗୋ ଏୟାର ଲାଇନ୍ସ...

ଅଡ଼ୁଆରେ ପ୍ରଫୁଲ୍ଲ, ରାଜନୈତିକ ଭବିଷ୍ୟତ ନେଇ କଳ୍ପନାଜଳ୍ପନା

ଭୁବନେଶ୍ବର : ଦୁଇପୁଅ ପଦ୍ମ ଧରିବା ପରେ ପୂର୍ବତନ ମନ୍ତ୍ରୀ ତଥା...

ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ଘଟଣାରେ କାର୍ଯ୍ୟାନୁଷ୍ଠାନ: ୩ବରିଷ୍ଠ ଅଧିକାରୀ ନିଲମ୍ବିତ

ପାଣାଜୀ: ଗୋଆର ଏକ ନାଇଟ୍‌ କ୍ଳବରେ ରବିବାର ଘଟିଥିବା ଅଗ୍ନିକାଣ୍ଡରେ ୨୫ଜଣଙ୍କ...

ମଣ୍ଡଳ, ମାଇତି ସାଙ୍ଗିଆରେ ରହୁଛନ୍ତି ସନ୍ଦିଗ୍ଧ ବାଂଲାଦେଶୀ

କେନ୍ଦ୍ରାପଡ଼ା : ପାଞ୍ଚ ହଜାର ଟଙ୍କା ଦେଲେ ଭୋଟର ତାଲିକାରେ ଚଢ଼ୁଛି...

କପ୍‌ ୩୦- ଆଶା ଓ ନିରାଶା

ସମ୍ପ୍ରତି ବିଶ୍ୱ ଜଳବାୟୁ ପରିବର୍ତ୍ତନର କ୍ରମବର୍ଦ୍ଧିଷ୍ଣୁ ବିନାଶକାରୀ ପ୍ରଭାବର ସମ୍ମୁଖୀନ ହେଉଥିବା...

Related Articles

Popular Categories