www.samajalive.in
Monday, December 15, 2025
24.1 C
Bhubaneswar

‘ପିଲାଟିଏ ଗଛଟିଏ’ କାର୍ଯ୍ୟକ୍ରମ

ଗଞ୍ଜାମ: ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦ ଅନ୍ତର୍ଗତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଜୟଶ୍ରୀରେ ଶୁକ୍ରବାର ‘ପିଲାଟିଏ ଗଛଟିଏ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଗଞ୍ଜାମ ତହସିଲଦାର ତଥା ଗଞ୍ଜାମ ଏନଏସିର କାର୍ଯ୍ୟନିର୍ବାହୀ ଅଧିକାରୀ ଅରୁଣ କୁମାର ନାୟକ ଯୋଗ ଦେଇଥିଲେ। କାର୍ଯ୍ୟକ୍ରମର ଆଭିମୁଖ୍ୟ ସହ ବର୍ତମାନ ବୃକ୍ଷରୋପଣର ଆବଶ୍ୟକତା ଉପରେ ପିଲାମାନଙ୍କୁ ବୁଝାଇଥିଲେ। ସ୍କୁଲର ଭାରପ୍ରାପ୍ତ ପ୍ରଧାନଶିକ୍ଷକ ବିପ୍ର ଚରଣ ସାହୁ, ସଂଯୋଜକ ଭାଗିରଥି ନାୟକ, କନିଷ୍ଠ ଯନ୍ତ୍ରୀ ମାନସ ପଣ୍ଡା, ଚିନ୍ମୟୀ ପୃଷ୍ଟି, ସୁମିତ ବେହେରା, ଶିକ୍ଷୟତ୍ରୀ ଚିତ୍ରୋତ୍ପଳା ନାୟକ, ଶିକ୍ଷକ ସୋମନାଥ ଦାସ ପ୍ରମୁଖ ଉପସ୍ଥିତ ରହିଥିଲେ। ସ୍କୁଲ ପରିସରରେ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।

Hot this week

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

ଶ୍ରମଜୀବୀ ନା ଶ୍ରମଯୋଗୀ

ଖଣିଜ ପଦାର୍ଥ ସମୃଦ୍ଧ ରାଜ୍ୟ ମଧ୍ୟରେ ଅବିଭକ୍ତ ବିହାର ଓ ଓଡ଼ିଶା...

ଆଜିର ପଞ୍ଚାଙ୍ଗ: ସତର୍କ ରୁହନ୍ତୁ, ୧ଘଣ୍ଟା ପାଇଁ ରହିବ ରାହୁକାଳ

ସମାଜ ଡିଜିଟାଲ ଡେସ୍କ: ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ ସଫଲା ଏକାଦଶୀର...

ଚିନ୍ତାକଳ୍ପ : ସ୍ଥିତପ୍ରଜ୍ଞ ମହାତ୍ମା

ଏକଦା ତୀର୍ଥଙ୍କର ମହାବୀର ପୂର୍ବ ଦିଗକୁ ମୁହଁକରି ଆଖିବୁଜି ଧ୍ୟାନସ୍ଥ ଥାଆନ୍ତି।...

ସମ୍ପାଦକୀୟ : ଷ୍ଟାମ୍ପ ଡ୍ୟୁଟି ସଂଶୋଧନ

ସାଧାରଣଙ୍କୁ ସୁହାଇବା ଉଚିତ ନିଜର ଗୋଟିଏ ଘର ତୋଳିବା କିମ୍ବା ଛୋଟ ଜମିଟିଏ...

Related Articles

Popular Categories