www.samajalive.in
Sunday, December 7, 2025
18.1 C
Bhubaneswar

ରାସ୍ତା ପାଇଁ ଜିଲାପାଳଙ୍କୁ ଭେଟିଲେ ବିଲବାଡ଼ି ଗ୍ରାମ ପଞ୍ଚାୟତବାସୀ

ଫୁଲବାଣୀ : କନ୍ଧମାଳ ଜିଲ୍ଲା ଖଜୁରୀପଡ଼ା ବ୍ଲକ୍ ଅନ୍ତର୍ଗତ ବିଲାବାଡ଼ି ପଞ୍ଚାୟତକୁ ୨୦୧୨ ମସିହାରୁ ସାଂସଦ ପୋଷ୍ୟ ଗ୍ରାମ ହିସାବରେ ଗ୍ରହଣ କରାଯାଇଛି । କିନ୍ତୁ ପଞ୍ଚାୟତର ମୌଳିକ ସମସ୍ୟା ଦୂର ହୋଇ ପାରୁନାହିଁ । ବିଶେଷ କରି ଯୋଗାଯୋଗ ବ୍ୟବସ୍ଥା ଏହି ପଞ୍ଚାୟତର ମୁଖ୍ୟ ସମସ୍ୟା ହୋଇଛି । ଜାତୀୟ ରାଜପଥଠାରୁ ୧୧ କିମି ଦୂରରେ ଥିବା ବିଲାବାଡିକୁ ଯିବା ରାସ୍ତାର ଅବସ୍ଥା ଅତି ଶୋଚନୀୟ ହୋଇପଡିଛି । ବାଟରେ ଜଙ୍ଗଲ ପଡୁଥିବାରୁ ନୁତନ ରାସ୍ତା ନିର୍ମାଣ ପାଇଁ ପ୍ରତିବନ୍ଧକ ଦେଖା ଦେଉଛି । ନିର୍ମାଣ କାର୍ୟ୍ୟ ପାଇଁ ଜଙ୍ଗଲ ବିଭାଗର ଅନୁମତି ମିଳୁନାହିଁ । ଗ୍ରାମବାସୀଙ୍କ ତରଫରୁ ଅନେକ ଥର ଦାବି କରାଗଲେ ମଧ୍ୟ କୌଣସି ଫଳ ମିଳୁନାହିଁ । ତେଣୁ  ଗ୍ରାମବାସୀ ମାନେ ଫୁଲବାଣୀ ଆସି ନୂତନ ଜିଲାପାଳଙ୍କୁ ଭେଟି ଏ ନେଇ ଏକ ଦାବିପତ୍ର ପ୍ରଦାନ କରିଛନ୍ତି । ପଞ୍ଚାୟତକୁ ତୁରନ୍ତ ରାସ୍ତା ନିର୍ମାଣ ପାଇଁ ଦାବି କରିଛନ୍ତି ଗ୍ରାମବାସୀ । ସରପଞ୍ଚ ରବୀନ୍ଦ୍ର ଭୁକ୍ତା ଓ ନ।ଏବ ସରପଞ୍ଚଙ୍କ ନେତୃତ୍ୱରେ ବହୁ ମହିଳା ପୁରୁଷ ଜିଲ୍ଲାପାଲଙ୍କୁ ଭେଟି ଦାବିପତ୍ର ଦେଇ ଥିଲେ । ଜିଲାପାଳ ଦାବିପତ୍ର ଗ୍ରହଣ କରି ସମସ୍ୟାର ସମାଧାନ କରାଯିବ ବୋଲି କହିଛନ୍ତି ।

Hot this week

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା ଦାବି: ଗୁଣ୍ଡିଚା ମନ୍ଦିର ଆଗରେ ଧାରଣା ଦେଲେ ପୁରୀବାସୀ

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା କର। ଶ୍ରଦ୍ଧାଳୁ ସୁରୁଖୁରୁରେ କିପରି ମହାପ୍ରଭୁଙ୍କ...

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

Related Articles

Popular Categories