www.samajalive.in
Monday, December 8, 2025
20.1 C
Bhubaneswar

ଜୁନରେ ଅନିୟମିତ ବର୍ଷା ; ୧୫ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର :  ରାଜ୍ୟର ବିଭିନ୍ନ ସ୍ଥାନରେ ମୌସୁମୀ ଜନିତ ବର୍ଷା ଜାରି ରହିଛି । ଶନିବାର ମଧ୍ୟ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି । ବିଶେଷକରି ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ, ଦେବଗଡ, କେନ୍ଦୁଝର, ନୂଆପଡ଼ା,  ମୟୂରଭଞ୍ଜ, ବଲାଙ୍ଗିର, ନବରଙ୍ଗପୁର, କଳାହାଣ୍ଡି, ମାଲକାନଗିରି, କୋରାପୁଟ, ରାୟଗଡା ଏବଂ ଗଜପତି ଆଦି ୧୫ ଜିଲ୍ଲାରେ ବିଜୁଳି ଓ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ତେବେ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ଡକ୍ଟର ଏଚ୍‍.ଆର୍‍. ବିଶ୍ୱାସ କହିଛନ୍ତି, ଜୁନ୍‍ ପହିଲାରୁ ୨୪ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ୯୭ ଦଶମିକ ୮ ମିଲିମିଟର ବର୍ଷା ହୋଇଛି । ଏହି ସମୟ ସୁଦ୍ଧା ୧୫୬ ଦଶମିକ ଏକ ମିଲିମିଟର ବର୍ଷା ହେବା କଥା । ତେଣୁ ସ୍ୱାଭାବିକଠାରୁ ରାଜ୍ୟରେ ୩୭ ପ୍ରତିଶତ କମ୍‍ ବର୍ଷା ହୋଇଛି ବୋଲି ସେ ସୂଚନା ଦେଇଛନ୍ତି ।

- Advertisement -

ଅନ୍ୟପକ୍ଷରେ  ଜୁନ ୧୫ରୁ  ୨୫ ଜୁନ ୧୦ ଦିନ ମଧ୍ୟରେ ରାଜ୍ୟରେ ୯୮.୩ ମିମି ବର୍ଷା ରେକର୍ଡ ହୋଇଛି ଯାହା ଏହି ସମୟ ମଧ୍ୟରେ ସ୍ୱାଭାବିକ ବର୍ଷା ୯୪.୭ ତୁଳନାରେ ପାଖାପାଖି ୪% ଅଧିକ ରେକର୍ଡ ହୋଇଛି । ଅର୍ଥାତ ୧୬ ଜୁନ ରେ ମୌସୁମୀ ଛୁଇଁବା ପରେ ରାଜ୍ୟରେ ମୌସୁମୀ ବର୍ଷା ସ୍ୱାଭାବିକ ରହିଛି |

 

Hot this week

ପଞ୍ଜାବରେ ‘ସୁଟକେସ’ ରାଜନୀତି: ନଭଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ

ସମାଜଲାଇଭ ଡେସ୍କ: ପଞ୍ଜାବ କଂଗ୍ରେସରେ ରାଜନୀତି ସରଗରମ ହୋଇଛି। ବରିଷ୍ଠ ନେତ୍ରୀ...

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

Related Articles

Popular Categories