୨୯ରେ ବିଜେପି ରାଜ୍ୟ କାର୍ଯ୍ୟକାରିଣୀ ବୈଠକ

ଭୁବନେଶ୍ୱର : ରାଜ୍ୟର ସାଂପ୍ରତିକ ରାଜନୈତିକ ଓ ସାମାଜିକ ପ୍ରସଙ୍ଗକୁ ନେଇ ଆସନ୍ତା ୨୯ତାରିଖରେ ବିଜେପିର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହେବ। ଗୁରୁତ୍ୱପୂର୍ଣ୍ଣ ରାଜ୍ୟ ପଦାଧିକାରୀ, ଜିଲ୍ଲା ସଭାପତି ଓ ପ୍ରଭାରୀ ବୈଠକ ଆସନ୍ତା ୨୮ତାରିଖ ଅପରାହ୍ନରେ ରାଜ୍ୟ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହେବ । ରାଜ୍ୟ ସଭାପତି ସମୀର ମହାନ୍ତିଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହେବାକୁ ଥିବା ଏହି ଗୁରୁତ୍ୱପୂର୍ଣ୍ଣ ରାଜ୍ୟ କାର୍ଯ୍ୟକାରିଣୀ ବୈଠକରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସମେତ ରାଜ୍ୟ ସହ ପ୍ରଭାରୀ ବିଜୟ ପାଲ ସିଂ ତୋମାର, ସମସ୍ତ ସାଂସଦ ଓ ବିଧାୟକ, ରାଷ୍ଟ୍ରୀୟ ପଦାଧିକାରୀ, ରାଜ୍ୟ ପଦାଧିକାରୀ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ଜିଲ୍ଲା ସଭାପତି, ଜିଲ୍ଲା ପ୍ରଭାରୀ ଏବଂ ବିଭିନ୍ନ ମୋର୍ଚ୍ଚା ସଭାପତିମାନେ ପ୍ରମୁଖ ଯୋଗ ଦେବେ। ୨୯ତାରିଖରେ ହେବାକୁ ଥିବା ଏହି କାର୍ଯ୍ୟକାରିଣୀ ବୈଠକ ଫୁଲନଖରା, କୁରାଙ୍ଗସ୍ଥିତ ‘ମୀରା କୋର୍ଟୟାର୍ଡ’ଠାରେ ଅନୁଷ୍ଠିତ ହେବ ବୋଲି ରାଜ୍ୟ ସାଧାରଣ ସଂପାଦକ ଗୋଲକ ମହାପାତ୍ର ସୂଚନା ଦେଇଛନ୍ତି।

kalyan agarbati

Comments are closed.