www.samajalive.in
Saturday, December 13, 2025
26.1 C
Bhubaneswar

ବିଦ୍ୟାଳୟ ସ୍ତରୀୟ ଶିଶୁ ଲେଖକ କର୍ମଶାଳା

ଗଞ୍ଜାମ : ଗଞ୍ଜାମ ବ୍ଲକ ଅନ୍ତର୍ଗତ ବେଣୀଗୋହିରୀ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବିଦ୍ୟାଳୟ ଶିଶୁ ଲେଖକ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଆୟୋଜିତ ଏହି କାର୍ଯକ୍ରମରେ ଗଞ୍ଜାମ ବ୍ଲକ ଗୋଷ୍ଠୀ ଶିକ୍ଷା ଅଧିକାରୀ  ଭାଗିରଥି ବେହେରା ମୁଖ୍ୟ ଅତିଥି, କବି ବଟକୃଷ୍ଣ ତ୍ରିପାଠୀ ମୁଖ୍ୟ ବକ୍ତା, ଗଞ୍ଜାମ ବ୍ଲକ୍ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ବିଜୟ ଚନ୍ଦ୍ର ବେହେରା ଓ ପ୍ରଫୁଲ୍ଲ ମନ୍ତ୍ରୀ ସମ୍ମାନିତ ଅତିଥି, କ୍ଲଷ୍ଟର ସିଆରସିସି ସୂର୍ଯ୍ୟ ନାରାୟଣ ନାୟକ ନିମନ୍ତ୍ରିତ ଅତିଥି ରୂପେ ଯୋଗ ଦେଇଥିଲେ।
କବିତା ,ଗଳ୍ପ ଓ ପ୍ରବନ୍ଧ ପଠନ କାର୍ଯକ୍ରମରେ ସୁପ୍ରଭା ରେଡି, ପ୍ରମିଳା ରେଡି, କାବେରୀ ରେଡି ବସନ୍ତ ରେଡି, ପବିତ୍ର ରେଡି ଓ ହିମାନୀ ରେଡି ପ୍ରମୁଖ ପ୍ରଥମରୁ ପଞ୍ଚମ ଶ୍ରେଣୀ ଛାତ୍ର ଛାତ୍ରୀ ନିଜ ଦକ୍ଷତାର ପରିଚୟ ଦେଇଥିଲେ ।
ଭାଷା ଓ ସାହିତ୍ୟ ମାଧ୍ୟମରେ ପିଲାଙ୍କ ଭିତରେ ବିଭିନ୍ନ ଦକ୍ଷତା ବୃଦ୍ଧିର ଉଦ୍ଦେଶ୍ୟ ନେଇ ଆୟୋଜିତ ଏହି କାର୍ଯ୍ୟକ୍ରମକୁ ପ୍ରଧାନ ଶିକ୍ଷକ ହରି ପ୍ରସାଦ ସାହୁ ଓ ସହଯୋଗୀ ଶିକ୍ଷକ ଏସ. ଡମ୍ବରୁ ରେଡି ପରିଚାଳନ କରିଥିଲେ । ଏଥିରେ ବିଦ୍ୟାଳୟର ପରିଚାଳନା କମିଟି ସଦସ୍ୟ ଓ ଅଙ୍ଗନୱାଡି କର୍ମୀ ସହଯୋଗ କରିଥିଲେ । ଶିକ୍ଷକ ସୁରେନ୍ଦ୍ର ପଲାଇ ଓ ଶିକ୍ଷୟତ୍ରୀ ସୁଶ୍ରୀ ସଂଗୀତ ରଥ ପରିଚାଳନା ସହଯୋଗ କରିଥିଲେ। ଶେଷରେ ପିଲାମାନଙ୍କୁ ଅତିଥିଙ୍କ ଦ୍ଵାରା ପ୍ରଶଂସା ପତ୍ର ଓ ପୁସ୍ତକ ପ୍ରଦାନ କରାଯିବା ସହ କବି ବଟକୃଷ୍ଣ ତ୍ରିପାଠୀଙ୍କୁ ଆଞ୍ଚଳିକ ପ୍ରତିଭା ରୂପେ ସମ୍ମାନୀତ କରାଯାଇଥିଲା ।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories