www.samajalive.in
Sunday, December 14, 2025
16.1 C
Bhubaneswar

ପୁଲିସ ଓ ଅପରାଧୀଙ୍କ ମଧ୍ୟରେ ଗୁଳି ବିନିମୟ, ଜଣେ ଆହତ ୨ଗିରଫ

ବଣାଇ :  ବଣାଇଁ ଉପଖଣ୍ଡର ଚାନ୍ଦିପୋଷ ଥାନା ଅନ୍ତର୍ଗତ ମୁଣ୍ଡାସାହି ନିକଟରେ ପୁଲିସ ଓ ଦୁର୍ବୃତ୍ତଙ୍କ ମଧ୍ୟରେ ଗୁଳି ବିନିମୟରେ ଜଣେ ଦୁର୍ବୃତ୍ତ ଆହତ ହୋଇଥିବା ବେଳେ ଅନ୍ୟ ଦୁଇ ଗିରଫ ହୋଇଥିବା ଜଣାପଡିଛି । ଆହତ ହୋଇଥିବା ଦୁର୍ବୁତ୍ତଙ୍କ ନାମ ବିଶ୍ବଜିତ ସାହୁ ଓ ତାହାର ବାମ ଗୋଡ଼ରେ ଗୁଳି ବାଜିଥିବା ଜଣାପଡ଼ିଛି। ତେବେ ଆହତଙ୍କୁ କଡା ସୁରକ୍ଷା ମଧ୍ୟରେ ରାଉରକେଲା ସରକାରୀ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ତାଙ୍କ ପାଖରୁ ଗୋଟାଏ ଏକେ-୪୭, ୯ଏମଏମ ପିସ୍ତଲ,  ବନ୍ଧୁକ , ଗୁଳି ଓ କାର ଜବତ କରାଯାଇଥିବା ଜଣାପଡିଛି । ତେବେ ରାଉରକେଲା ଏସପି ଓ ପଶ୍ଚିମାଞ୍ଚଳ ଡ଼ିଆଇଜିଙ୍କ ଉପସ୍ଥିତିରେ ଅଧିକ ତଦନ୍ତ ଜାରି ରହିଛି ବୋଲି ପୁଲିସ ସୂତ୍ରରୁ ଜଣାପଡିଛି।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories