www.samajalive.in
Sunday, December 7, 2025
14.1 C
Bhubaneswar

ଦେଶରେ ପୁଣି ବୃଦ୍ଧି ଦୈନିକ ସଂକ୍ରମଣ

ନୂଆଦିଲ୍ଲୀ : ଦେଶରେ ପୁଣି ବୃଦ୍ଧି ଦୈନିକ ସଂକ୍ରମଣ ।୨୪ ଘଣ୍ଟାରେ ଆଉ ୧୭,୦୭୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪,୩୪,୦୭,୦୪୬କୁ ବୃଦ୍ଧି ପାଇଛି। ସେହିପରି ଚିକିତ୍ସାଧୀନ ଅବସ୍ଥାରେ ଆଉ ୨୧ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫,୨୫,୦୨୦ରେ ପହଞ୍ଚିଛି। ମୃତ୍ୟୁ ହାର ୧.୨୧%। ଆଉ ୧୫,୨୦୮ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ମୋଟ ୪,୨୭,୮୭,୬୦୬ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଆରୋଗ୍ୟ ହାର ୯୮.୫୭%। ୯୪,୪୨୦ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ସକ୍ରିୟ ଆକ୍ରାନ୍ତ ହାର ୦.୨୨%। ଦିନକ ପୂର୍ବରୁ ୩,୦୩,୬୦୪ ନମୁନା ପରୀକ୍ଷା କରାଯାଇଥିବା ବେଳେ ମୋଟ ୮୬,୧୦,୧୫,୬୮୩ ନମୁନା ପରୀକ୍ଷା କରାଯାଇଛି। ଦିନକ ଆଗରୁ ୨,୪୯,୬୪୬ ଟିକା ନେଇଥିବା ବେଳେ ମୋଟ ୧,୯୭,୧୧,୯୧,୩୨୯ ଟିକାକରଣ କରାଯାଇଛି। ଆଜି ପୂର୍ବାହ୍ନ ସୁଦ୍ଧା ୨,୩୪,୫୦୩ ଟିକାକରଣ କରାଯାଇଛି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳାୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

Hot this week

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

Related Articles

Popular Categories