www.samajalive.in
Tuesday, December 9, 2025
23.1 C
Bhubaneswar

ପୃଥ୍ୱୀ-୨ର ତୃତୀୟ ରାତ୍ରକାଳୀନ ସଫଳ ପରୀକ୍ଷା

ବାଲେଶ୍ୱର : ଚାନ୍ଦିପୁର ସମନ୍ୱିତ ପରୀକ୍ଷଣ କେନ୍ଦ୍ରର ୩ ନଂ ଉତକ୍ଷେପଣ କେନ୍ଦ୍ରରୁ ଆଣବିକ ଯୁଦ୍ଧାସ୍ତ୍ର ବହନ କରି ପାରୁଥିବା ପୃଥ୍ୱୀ-୨ କ୍ଷେପଣାସ୍ତ୍ରର ତୃତୀୟ ଥର ପାଇଁ ରାତ୍ରକାଳୀନ ସଫଳ ପରୀକ୍ଷା କରାଯାଇଛି। ରାତି ପ୍ରାୟ ୮.୩୨ ମିନିଟ ସମୟରେ ଏହି ପରୀକ୍ଷା କରାଯାଇଥିଲା ଓ ପରୀକ୍ଷା ସଫଳ ହୋଇଥିବା ବିଭାଗ ସୂତ୍ରରୁ ଜଣାଯାଇଛି। ତୃତୀୟ ଥର ପାଇଁ ଏହି ବ୍ୟାବହାରିକ ପରୀକ୍ଷା ଷ୍ଟ୍ରାଟେଜିକ ଫୋର୍ସ କମାଣ୍ଡ ଦ୍ୱାରା କରାଯାଇଥିଲା। ଭୂପୃଷ୍ଠରୁ ଭୂପୃଷ୍ଠକୁ ନିକ୍ଷେପ କରାଯାଉଥିବା ସ୍ୱଳ୍ପ ଦୂରଗାମୀ ବାଲିଷ୍ଟିକ କ୍ଷେପଣାସ୍ତ୍ର ଭାରତର ନିଜସ୍ୱ ଜ୍ଞାନ କୌଶଳରେ ନିର୍ମିତ। ଏହା ୫୦୦ରୁ ୧୦୦୦ କିଲୋଗ୍ରାମ ପର୍ଯ୍ୟନ୍ତ ଆଣବିକ ଅସ୍ତ୍ର ବହନ କରି ୩୫୦ କିଲୋମିଟର ପର୍ଯ୍ୟନ୍ତ ଲକ୍ଷ୍ୟଭେଦ କରିବାର କ୍ଷମତା ରଖିଛି। ଏହାର ଓଜନ ୪,୬୦୦ କିଲୋଗ୍ରାମ ହୋଇଥିବା ବେଳେ ଲମ୍ବ ୯ ମିଟର ଓ ମୋଟେଇ ୧୧୦ ସେଣ୍ଟି ମିଟର।

Hot this week

ଫାଟିଲା ଗ୍ୟାସ ସିଲିଣ୍ଡର : ଅଳ୍ପକେ ବର୍ତ୍ତିଗଲେ ପରିବାର

ସମାଜ ଲାଇଭ ଡ଼େସ୍କ : ଦେବଗଡ଼ରେ ଫାଟିଲା ଗ୍ୟାସ ସିଲିଣ୍ଡର ।...

୧୬ରେ ସୂର୍ଯ୍ୟଙ୍କ ଭ୍ରମଣ: ୭ଟି ରାଶି ପାଇଁ ଚ୍ୟାଲେଞ୍ଜ, ନୂତନ ବର୍ଷରେ କ୍ଷତି ହୋଇପାରେ

ସମାଜ ଡିଜିଟାଲ ଡେସ୍କ: ଗ୍ରହମାନଙ୍କର ରାଜା ସୂର୍ଯ୍ୟ, ଡିସେମ୍ବର ୧୬ ତାରିଖ...

ଶ୍ରୀଜଗନ୍ନାଥଙ୍କ ଦର୍ଶନ କଲେ ଭାରତୀୟ ଖେଳାଳି

ସମାଜ ଡିଜିଟାଲ ଡେସ୍କ: ମ୍ୟାଚ ପୂର୍ବରୁ ପୁରୀ ଯାଇ ମହାପ୍ରଭୁଙ୍କ ଦର୍ଶନ...

ଦୁର୍ନୀତି : ବିକାଶରେ ବାଧା

ଦୁର୍ନୀତି ବିରୋଧରେ ଶୂନ୍ୟ ସହନଶୀଳତା ନୀତି ଆପଣା ଯାଉଛି। ମାତ୍ର ଭାରତ...

୨୦୨୬ରେ ଦୁଇ ଥର ଚଳନ କରିବେ ରାହୁ: ଏହି ରାଶିରେ ବର୍ଷିବ ଧନ

ସମାଜ ଡିଜିଟାଲ ଡେସ୍କ: ନୂଆ ବର୍ଷ, ନୂଆ ଆଶା ନେଇ ଆସୁଛି...

Related Articles

Popular Categories