www.samajalive.in
Monday, December 8, 2025
27.1 C
Bhubaneswar

ସତ୍ୟବାଦୀ ଉଚ୍ଚବିଦ୍ୟାଳୟ ଗୁଣାତ୍ମକ ଶିକ୍ଷା ପ୍ରଦାନରେ ଅଗ୍ରଣୀ ଭୂମିକା ଗ୍ରହଣ କରୁ: ସମୀର ଦାଶ

ସୁଆଣ୍ଡୋ : ପୁରୀ ଜିଲାର ସତ୍ୟବାଦୀ ଉଚ୍ଚବିଦ୍ୟାଳୟ ଗୁଣାତ୍ମକ ଶିକ୍ଷା ପ୍ରଦାନରେ ସମଗ୍ର ରାଜ୍ୟରେ ଅଗ୍ରଣୀ ଭୂମିକା ଗ୍ରହଣ କରିବାକୁ ବିଦ୍ୟାଳୟ ପକ୍ଷରୁ ବାର୍ଷିକ ପୁରସ୍କାର ବିତରଣ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ମନ୍ତ୍ରୀ ସମୀର ରଞ୍ଜନ ଦାଶ କହିଛନ୍ତି। ସତ୍ୟବାଦୀ ଉଚ୍ଚ ବିଦ୍ୟାଳୟ ପକ୍ଷରୁ ମଙ୍ଗଳବାର ବାର୍ଷିକ ପୁରସ୍କାର ବିତରଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏଥିରେ ବିଧାୟକ ଉମାକାନ୍ତ ସାମନ୍ତରାୟ ସମ୍ମାନୀତ ଅତିଥି ଭାବେ ଯୋଗଦେଇଥିଲେ । ପ୍ରଥମେ ଅତିଥିମାନେ ଉତ୍କଳମଣି ଗୋପବନ୍ଧୁଙ୍କ ସହିତ ପଞ୍ଚ ମହାପୁରୁଷଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ। ବିଦ୍ୟାଳୟର ନୂତନ ଗ୍ରହକୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ମନ୍ତ୍ରୀ ଓ ବିଧାୟକ ପ୍ରମୁଖ ଅତିଥିମାନେ ଉଦଘାଟନ କରିଥିଲେ। ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ସଭାକୁ ପ୍ରଦୀପ ପ୍ରଜ୍ବଳନ କରାଯାଇ ଆନୁଷ୍ଠାନିକ ଭାବେ ସଭାକାର୍ଯ୍ୟ ଆରମ୍ଭ ହୋଇଥିଲା। ପୁଣ୍ୟାତ୍ମା ଗୋପବନ୍ଧୁଙ୍କ ଦ୍ବାରା ସ୍ଥାପିତ ସତ୍ୟବାଦୀ ବନବିଦ୍ୟାଳୟ ଅତୀତରେ ସମାଜର ଆଲୋକବର୍ତିକା ହୋଇଥିଲା। ଏଠାରେ ଶିକ୍ଷାଗ୍ରହଣ କରିଥିବା ଛାତ୍ରମାନେ ଦେଶମାତୃକାର ସେବାରେ ନିଜକୁ ଉତ୍ସର୍ଗ କରିଥିଲେ ବୋଲି ଉତ୍ସବର ମୁଖ୍ୟ ବକ୍ତା ଅବସରପ୍ରାପ୍ତ ଓଡ଼ିଆ ବିଭାଗ ପ୍ରଫେସର ଶରତ ରଥ କହିଥିଲେ। ବିଦ୍ୟାଳୟରେ ହୋଇଥିବା ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀଙ୍କୁ ଓ ମାଟ୍ରିକ ପରୀକ୍ଷାରେ ସର୍ବୋଚ୍ଚ ନମ୍ବର ରଖିଥିବା ଛାତ୍ରଙ୍କୁ ଅତିଥିମାନେ ପୁରସ୍କୃତ କରିଥିଲେ। ଉତ୍ସବରେ ପଞ୍ଚାୟତ ସମିତି ଅଧ୍ୟକ୍ଷ ସୁନିଲ କୁମାର ପଣ୍ଡା, ଜିଲା ଶିକ୍ଷାଧିକାରୀ ବିଶ୍ୱଜିତ ଘୋଷ, ମଣ୍ଡଳ ଉନ୍ନୟନ ଅଧିକାରୀ କ୍ଷିରୋଦ କୁମାର ବେହେରା ସମ୍ମାନୀତ ଅତିଥି ଭାବେ ଯୋଗଦାନ କରିଥିଲେ। ବିଦ୍ୟାଳୟ ପ୍ରଧାନ ଶିକ୍ଷକ ଭବମ ପ୍ରଧାନ ଉତ୍ସବରେ ସଭାପତିତ୍ୱ କରିଥିଲେ। ଶିକ୍ଷକ ସତ୍ୟବାଦୀ ଦାଶ ଧନ୍ୟବାଦ ଦେଇଥିଲେ।

Hot this week

ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର

ଭୁବନେଶ୍ଵର:ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର। ୨୦୧୭ ମସିହାରୁ ୨୦୧୯ ମସିହା...

ନାବାଳିକା ଆତ୍ମହୁତି ଘଟଣାରେ ସରକାରଙ୍କୁ ନବୀନଙ୍କ ନିଶାଣ

ସମାଜ ଲାଇଭ ଡେସ୍କ : ରାଜଗାଙ୍ଗପୁର ନାବାଳିକା ଆତ୍ମହୁତି ଘଟଣାରେ ଦୁଖ...

ଓଡ଼ିଶାରେ ଡାକ୍ତର ମରୁଡି ବଢାଇଲା ଚିନ୍ତା

ଭୁବନେଶ୍ୱର: ଓଡ଼ିଶାରେ ଡାକ୍ତର ମରୁଡି ପଡିଛି । ଠିକାରେ ଚାଲିଛି ଡାକ୍ତରୀ...

ଦାବି ପୂରଣର ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ

ରାଉରକେଲା: ଦାବି ପୂରଣର ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ ହୋଇଛି। ସୁନ୍ଦରଗଡ...

ବିଗ୍ ବସ୍ ୧୯ର ବିଜେତା ହେଲେ ଗୌରବ ଖାନ୍ନା

ସମାଜ ଡିଜିଟାଲ ଡେସ୍କ: ଗୌରବ ଖାନ୍ନା ରିଆଲିଟି ଶୋ ବିଗ୍ ବସ୍...

Related Articles

Popular Categories