www.samajalive.in
Sunday, December 14, 2025
18.1 C
Bhubaneswar

ଖାଲେଦା ଜିଆ ଗୁରୁତର

ଢାକା : କାରାଗାରରେ ଥିବା ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ବିରୋଧୀ ଦଳ ନେତ୍ରୀ ଖାଲେଦା ଜିଆ ଗୁରୁତର ଅସୁସ୍ଥ ହୋଇପଡ଼ିଛନ୍ତି। ତାଙ୍କୁ ଶନିବାର ବଙ୍ଗବନ୍ଧୁ ସେଖ୍‍ ମୁଜିବ ମେଡିକାଲ ବିଶ୍ୱବିଦ୍ୟାଳୟରେ ଭର୍ତ୍ତି କରାଯାଇଛି। ଦେଶର ହାଇକୋର୍ଟ ନିର୍ଦେଶକ୍ରମେ ଏହି ପଦକ୍ଷେପ ନିଆଯାଇଛି। ଊନବିଂଶ ଶତାବ୍ଦୀର ପୁରୁଣା ଢ଼ାକା କେନ୍ଦ୍ରୀୟ କାରାଗାରରେ ବନ୍ଦୀ ଥିବା ୭୩ବର୍ଷୀୟା ଜିଆଙ୍କୁ ଡାକ୍ତରଖାନା ଅଣାଯିବା ପରେ ତାଙ୍କର ଚିକିତ୍ସା ପାଇଁ ଏକ ସ୍ୱତନ୍ତ୍ର ମେଡିକାଲ ବୋର୍ଡ ଗଠନ କରାଯାଇଛି। ତାଙ୍କ ଅସୁସ୍ଥତା ସମ୍ପର୍କରେ ବିଶେଷ କିଛି କୁହାଯାଇନାହିଁ।
ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି ନେତ୍ରୀ ଜିଆ ଦୁର୍ନୀତି ଅଭିଯୋଗରେ ଗତ ଫେବୃଆରୀରୁ ୫ବର୍ଷ କାରାଦଣ୍ଡ ଭୋଗୁଛନ୍ତି।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories