www.samajalive.in
Friday, December 12, 2025
26.1 C
Bhubaneswar

ଯାତ୍ରୀମାନଙ୍କର ସୁବିଧା ପାଇଁ ୨୪ ଘଣ୍ଟିଆ ନିୟନ୍ତ୍ରଣ କକ୍ଷ ଖୋଲାଯିବା ପାଇଁ ଗୁରୁତ୍ୱ

ଭୁବନେଶ୍ୱର :ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଶ୍ରୀମତୀ ଊଷା ଦେବୀଙ୍କ ଅଧ୍ୟକ୍ଷତାରେ ଆଜି ପୁରୀର ପୂର୍ତ୍ତ ଅତିଥି ନିବାସଠାରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ରଥଯାତ୍ରା ପରିପ୍ରେକ୍ଷୀରେ ଜନସାଧାରଣ ସୁବିଧାକୁ ଦୃଷ୍ଟିରେ ରଖି ବିଭିନ୍ନ ପଦକ୍ଷେପ ନିଆଯାଇଛି। ଭକ୍ତମାନଙ୍କ ସୁବିଧା ନିମନ୍ତେ ଶ୍ରୀଗୁଣ୍ଡିଚାଠାରୁ ନିଳାଦ୍ରୀବିଜେ ପର୍ଯ୍ୟନ୍ତ ପୁରୀ ସହରରେ ଉତ୍ତମ ପରିମଳ ବ୍ୟବସ୍ଥାକୁ ସୁନିଶ୍ଚିତ କରିବା ପାଇଁ ନିରବଚ୍ଛିନ୍ନ ପାନୀୟ ଜଳ ବ୍ୟବସ୍ଥା, ଜଳ ନିଷ୍କାସନ, ପରିମଳ ପରିଚ୍ଛନ୍ନତା, ରଥଯାତ୍ରା ପରିଚାଳନା ସମୟରେ ଯାତ୍ରୀମାନଙ୍କର ସୁବିଧା ପାଇଁ ୨୪ ଘଣ୍ଟିଆ ନିୟନ୍ତ୍ରଣ କକ୍ଷ ଖୋଲାଯିବା ପାଇଁ ମନ୍ତ୍ରୀ ଊଷା ଦେବୀ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଏହି ଅବସରରେ ପୁରୀଠାରେ ଯାନବାହନର ପାର୍କିଂ ସ୍ଥଳ ପରିଦର୍ଶନ କରି ସେସବୁର ତଦାରଖ କରିଥିଲେ। ରଥଯାତ୍ରା ପରିପ୍ରେକ୍ଷୀରେ ବିଭାଗୀୟ କାର୍ଯ୍ୟ ସୁରୁଖୁରୁରେ ସଂପାଦନ କରିବା ପାଇଁ ଅଧିକାରୀମାନଙ୍କୁ ମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଏହି ସମୀକ୍ଷା ବୈଠକରେ ଅତିରିକ୍ତ କାର୍ଯ୍ୟ ନିର୍ବାହୀ ଅଧିକାରୀ, ପୁରୀ ମନୋଜ କୁମାର ବେହେରା , ଜେନେରାଲ ମ୍ୟାନେଜର,ୱାଟ୍କୋ ଶରତ ଚନ୍ଦ୍ର ମିଶ୍ରଙ୍କ ସମେତ ବିଭାଗୀୟ ପଦାଧିକାରୀବୃନ୍ଦ ଉପସ୍ଥିତ ଥିଲେ।

Hot this week

୬ ଦେଶରେ ବ୍ୟାନ ଫିଲ୍ମ ଧୁରନ୍ଧର

ମୁମ୍ବାଇ :ସାଉଦି ଆରବ ,ୟୂଏଇ ଓ କତାରରେ ବ୍ୟାନ ହେଲା ହିନ୍ଦୀ...

ତୃତୀୟ ବିଶ୍ୱଯୁଦ୍ଧ ପରିସ୍ଥିତି- ଟ୍ରମ୍ପ ଦେଲେ ଚେତାବନୀ

ନ୍ୟୁୟର୍କ - ବିଶ୍ୱ ତୃତୀୟ ବିଶ୍ୱ ଆଡକୁ ମୁହାଁଉଛି । ରୁଷ୍‌...

କମୁନି ‘ଧୁରନ୍ଧର’ର କ୍ରେଜ୍।

ମୁମ୍ବାଇ :କମୁନି 'ଧୁରନ୍ଧର'ର କ୍ରେଜ୍। ଡିସେମ୍ବର ୫ରେ ରିଲିଜ ଛି 'ଧୁରନ୍ଧର'।...

ସାଉଥ୍ ଏସିଆନ୍‌ ମୈତ୍ରୀ ସମ୍ମିଳନୀ ଉଦ୍‌ଘାଟିତ: ଯୋଗଦେଲେ ବିଭିନ୍ନ ରାଜ୍ୟର ଶତାଧିକ ପ୍ରତିନିଧି

ବ୍ରହ୍ମପୁର: ଶୁକ୍ରବାର ଗଞ୍ଜାମ ଜିଲ୍ଲାର ଗୋପାଳପୁର ବେଳାଭୂମିଠାରେ ୩୫ତମ ସାଉଥ୍ ଏସିଆନ୍...

ନିର୍ମାଣାଧିନ ପାଣିଟାଙ୍କିରୁ ଖସି ଯୁବକଙ୍କ ମୃତ୍ୟୁ

କେନ୍ଦ୍ରାପଡା: ନିର୍ମାଣାଧିନ ପାଣିଟାଙ୍କିରୁ ଖସି ଯୁବକର ମୃତ୍ୟୁ। ଏଭଳି ଅଭାବନୀୟ ଘଟଣା...

Related Articles

Popular Categories