www.samajalive.in
Sunday, December 7, 2025
14.1 C
Bhubaneswar

ଦାରୁବ୍ରହ୍ମଙ୍କ ନବଯୌବନ ଦର୍ଶନ : ଶ୍ରୀକ୍ଷେତ୍ରରେ ଭକ୍ତଙ୍କ ଭିଡ

ପୁରୀ :  ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆଜି ପବିତ୍ର ନେତ୍ରୋତ୍ସବ ଏବଂ ନବଯୌବନ ବେଶ ଅବସରରେ ପୁରୀରେ ଦର୍ଶନ ନିମନ୍ତେ ଶ୍ରଦ୍ଧାଳୁଙ୍କ ସମାଗମ ହୋଇଛି । ପୂର୍ବାହ୍ନରୁ ଶ୍ରଦ୍ଧାଳୁମାନେ ଧାଡିରେ ଆସି ଶୃଙ୍ଖଳିତ ଦର୍ଶନ କରୁଛନ୍ତି ।

୧୫ଦିନ ପରେ ଶ୍ରୀଜୀଉଙ୍କ ଦର୍ଶନର ସୁଯୋଗ ପାଇଛନ୍ତି ଶ୍ରଦ୍ଧାଳୁ । ଏଥିପାଇଁ ଚତୁର୍ଦ୍ଧା ବିଗ୍ରହଙ୍କ ଶ୍ରୀମୁଖ ସିଂହାର କରାଯାଇଛି । ମଙ୍ଗଳବାର ଚତୁର୍ଦଶୀ ତିଥିରେ ଦତ୍ତମହାପାତ୍ର ସେବକ ଭିତରକୁ ଯାଇ ମହାପ୍ରଭୁ ଶ୍ରୀବଳଭଦ୍ର, ଶ୍ରୀଜଗନ୍ନାଥ, ଦେବୀ ସୁଭଦ୍ରା ଏବଂ ଚକ୍ରରାଜ ଶ୍ରୀସୁଦର୍ଶନଙ୍କ ବନକଲାଗି (ଶ୍ରୀମୁଖ ସିଂହାର) କରିଥିଲେ । ରଥଯାତ୍ରା ପାଇଁ ପ୍ରସ୍ତୁତ ହୋଇଛନ୍ତି ମହାପ୍ରଭୁ । ସକାଳ ୮ରୁ ରାତି ୧୨ଟା ୩୦ ମଧ୍ୟରେ ୫ଟି ପର୍ଯ୍ୟାୟରେ ସାଢ଼େ ୫ଘଣ୍ଟା ଦର୍ଶନ ସମୟ ନିର୍ଦ୍ଧାରଣ କରାଯାଇଛି । ସକାଳ ୭ଟା ୩୦ରେ ଦଶ ଅବତାର ଠାକୁର ବାହୁଡ଼ା ବିଜେ କରିଥିଲେ । ୮ଟାରେ ଅଣସର ତାଟି ଫିଟାଯିବା ପରେ ସକାଳ ୮ରୁ ୯ଟା ପର୍ଯ୍ୟନ୍ତ ପରିମାଣିକ ଦର୍ଶନ ଅନୁଷ୍ଠିତ ହୋଇଥିଲା। ଦିନ ୯ରୁ ୧୦ଟା ୩୦ ପର୍ଯ୍ୟନ୍ତ ସର୍ବସାଧାରଣ ଶ୍ରୀଜୀଉଙ୍କ ଦର୍ଶନ କରିଛନ୍ତି । ପ୍ରଶାସନ ପକ୍ଷରୁ ବଡ ଦାଣ୍ଡରେ ଭକ୍ତଙ୍କ ଉପରେ ଜଳ ସିଞ୍ଚନ କରାଯିବା ସହ ପାନୀୟଜଳ ଯୋଗାଣ ବ୍ୟବସ୍ଥା କରାଯାଇଛି । ସେହିପରି ଅପରାହ୍ଣ ୨ଟାରୁ ୩ଟା, ସନ୍ଧ୍ୟା ୬ଟାରୁ ୬ଟା ୩୦, ରାତି ୯ରୁ ୧୦ଟା ୩୦ ଏବଂ ରାତି ୧୧ଟା ୩୦ରୁ ୧୨ଟା ୩୦ ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ପାଇଁ ଭକ୍ତଙ୍କୁ ଅନୁମତି ଦିଆଯିବ। ରାତିରେ ସର୍ବସାଧାରଣ ଦର୍ଶନ ବନ୍ଦ ପରେ ମହାପ୍ରଭୁଙ୍କ ଚନ୍ଦନଲାଗି, ବଡ଼ସିଂହାର ବେଶ, ବଡ଼ସିଂହାର ଭୋଗ ଏବଂ ପହୁଡ଼ ଆଳତି କରାଯିବ।

- Advertisement -

୩୦ ତାରିଖ ଗୁରୁବାର ଉଭାଯାତ୍ରା ଦିନ ମହାପ୍ରଭୁଙ୍କ ଦର୍ଶନ ପାଇଁ ଭକ୍ତଙ୍କୁ ଅନୁମତି ଦିଆଯିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ କୁହାଯାଇଛି । ଆସନ୍ତାକାଲି ପ୍ରାତଃ ୪ରୁ ସକାଳ ୬ଟା ୩୦, ମଧ୍ୟାହ୍ନ ୧୨ଟା ୩୦ରୁ ୧ଟା ୩୦, ଅପରାହ୍ଣ ୩ଟା ୩୦ରୁ ୫ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନର ସୁଯୋଗ ପାଇବେ। ଅପରାହ୍ଣ ୫ଟା ପରେ ସର୍ବସାଧାରଣ ଦର୍ଶନ ବନ୍ଦ କରାଯାଇ ପରଦିନ ଶ୍ରୀଗୁଣ୍ଡିଚା ଯାତ୍ରା ନିମନ୍ତେ ମହାପ୍ରଭୁଙ୍କୁ ପ୍ରସ୍ତୁତ କରାଯିବ। ତେଣୁ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ନବଯୌବନ ଦର୍ଶନ ଏବଂ ଉଭାଯାତ୍ରା ଦର୍ଶନ ପାଇଁ ଭକ୍ତଙ୍କ ମଧ୍ୟରେ ପ୍ରବଳ ଉତ୍କଣ୍ଠା ଦେଖିବାକୁ ମିଳିଛି । ଭକ୍ତଙ୍କ ଭିଡ଼କୁ ଦୃଷ୍ଟିରେ ରଖି ମନ୍ଦିର ପ୍ରଶାସନ ଏବଂ ପୁଲିସ ପକ୍ଷରୁ ଆବଶ୍ୟକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ସିଂହଦ୍ବାର ଦେଇ ଭକ୍ତମାନେ ଶ୍ରୀମନ୍ଦିରରେ ପ୍ରବେଶ କରିବେ। ମହାପ୍ରଭୁଙ୍କ ଦର୍ଶନ ପରେ ଉତ୍ତର ଦ୍ବାର ଦେଇ ପ୍ରସ୍ଥାନ କରିବେ।

Hot this week

‘ବାବୁଜୀ ଥିଲେ ଉତ୍କଳମଣିଙ୍କ ଐତିହ୍ୟର ଅନିର୍ବାଣ ଶିଖା’

କଟକ:‘ସମାଜ’ ହେଉଛି ଖବରକାଗଜର ପ୍ରତିନାମ। ‘ସମାଜ’ର ଏପରି ସୁନାମ ପଛରେ ପଣ୍ଡିତ...

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

Related Articles

Popular Categories