www.samajalive.in
Tuesday, December 9, 2025
17.1 C
Bhubaneswar

ଉତ୍କଳମଣି ଗୋପବନ୍ଧୁ ଦାସ ଥିଲେ ତ୍ୟାଗ ଓ ସେବାର ପ୍ରତୀକ

ଭୁବନେଶ୍ବର: ଓଡିଶାରେ ଜନ୍ମ ନେଇଥିବା ମହାପୁରୁଷଙ୍କ ମଧ୍ୟରୁ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ ସର୍ବାଗ୍ରେ ପୂଜିତ। ସେ ଥିଲେ ଏକାଧାରରେ ସମାଜସେବୀ, ସଂସ୍କାରକ, ବିଶିଷ୍ଟ ଶିକ୍ଷାବିତ୍‍, ଓକିଲ, ବ୍ୟବସ୍ଥାପକ ସଭ୍ୟ, କବିି ତଥା ସାମ୍ବାଦିକତା ଜଗତର ମଉଡମଣି। ଯେତେ ଉପାଧି ଦେଲେ ମଧ୍ୟ ତାହା ତାଙ୍କ ପାଇଁ ଯଥେଷ୍ଟ ନୁହେଁ । ସେ କେବଳ ଉତ୍କଳରମଣି ନଥିଲେ ବାସ୍ତବରେ ସେ ଥିଲେ ଭାରତରମଣି । ତାଙ୍କର ପ୍ରତି କବିତାରେ ବିଶ୍ୱ ଭାବନାର ଚିତ୍ର ପ୍ରତିଫଳିତ। ପୁଣ୍ୟାତ୍ମା ଉତ୍କଳମଣି ଗୋପବନ୍ଧୁ ଦାସ ଥିଲେ ତ୍ୟାଗ ଓ ସେବାର ପ୍ରତୀକ। ଆଜିର ଯୁବ ସମାଜ ଉତ୍କଳମଣିଙ୍କର ତ୍ୟାଗମୟ ଜୀବନୀ ସଂପର୍କରେ ଅବଗତ ହେବା ସହ ସମସ୍ତେ ତାଙ୍କର ଆଦର୍ଶରେ ଅନୁପ୍ରାଣିତ ହେବା ଆବଶ୍ୟକ। ଗୋପବନ୍ଧୁ ଦାସଙ୍କ ତ୍ୟାଗ ଓ ବଳିଦାନ ଆଗାମୀ ଯୁବ ପିଢୀ ପାଇଁ ଆଦର୍ଶ ହେବ ବୋଲି ପ୍ରକାଶ କରିବା ସହ ଆଜି ବି ଉତ୍କଳମଣୀଙ୍କ ସେବାରେ ତାଙ୍କର ମାନସପୂତ୍ର ସମାଜ ଓ ଲୋକ ସେବକ ମଣ୍ଡଳ ଦ୍ୱାରା ଯେଉଁ ମହତ କାର୍ଯ୍ୟ କରାଯାଉଛି ତାହା ପ୍ରଶଂସନୀୟ ବୋଲି ପୁଣ୍ୟାତ୍ମା ଗୋପବନ୍ଧୁ ଦାସଙ୍କ ୯୪ତମ ଶ୍ରାଦ୍ଧୋତ୍ସବ  ଅବସରରେ  ଯୋଗଦେଇ  ବକ୍ତାମାନେ ପ୍ରକାଶ କରିଛନ୍ତି।

 

- Advertisement -

ଆଜି ପୁଣ୍ୟାତ୍ମା ଗୋପବନ୍ଧୁ ଦାସଙ୍କ ୯୪ତମ ଶ୍ରାଦ୍ଧୋତ୍ସବ କଟକସ୍ଥିତ ଗୋପବନ୍ଧୁ ଭବନ(‘ସମାଜ’ କାର୍ଯ୍ୟାଳୟ) ପରିସରରେ ପାଳିତ ହୋଇଯାଇଛି। ଲୋକ ସେବକ ମଣ୍ଡଳ ଆନୁକୂଲ୍ୟରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟବକ୍ତା ଭାବେ ଅଧ୍ୟାପକ ବିଶ୍ବ ରଞ୍ଜନ ଯୋଗଦେଇଥିଲେ। ଲୋକ ସେବକ ମଣ୍ଡଳ ଓଡ଼ିଶା ଶାଖା ଅଧ୍ୟକ୍ଷ ନିରଞ୍ଜନ ରଥ, ଲୋକ ସେବକ ମଣ୍ଡଳ ରାଷ୍ଟ୍ରୀୟ ସମ୍ପାଦକ ଡ.ପ୍ରଭାସ ଚନ୍ଦ୍ର ଆଚାର୍ଯ୍ୟ, ଜେନେରାଲ ମ୍ୟାନେଜର ଶିବରାମ ମିଶ୍ର, କଟକ ମେୟର ସୁବାସ ସିଂହ, ଲୋକ ସେବକ ମଣ୍ଡଳର ଆଜୀବନ ସଦସ୍ୟ ରାଜେନ୍ଦ୍ର  ଜେନା, ‘ସମାଜ’ ସମ୍ପାଦକ କାନନ ବିହାରୀ ଦାଶ ପ୍ରମୁଖ କାର୍ଯ୍ୟକ୍ରମରେ ଯୋଗଦେଇ ବକ୍ତବ୍ୟ ରଖିଥିଲେ। ଏହି ଅବସରରେ ଆଜି ଦାସେ ଆପଣେଙ୍କ ପାଇଁ ସାମୂହିକ ତିଳତର୍ପଣ, ସର୍ବଧର୍ମ ପ୍ରାର୍ଥନା ଓ ରକ୍ତଦାନ ଶିବିର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories