www.samajalive.in
Sunday, December 7, 2025
23.1 C
Bhubaneswar

୬ ହଜାର ଟଙ୍କା ଲାଞ୍ଚ ନେବା ପଡ଼ିଲା ମହଙ୍ଗା; ଭିଜିଲାନ୍ସ ପଞ୍ଝାରେ ପିଇଓ

ଚିକିଟି: ଗଞ୍ଜାମ ଜିଲ୍ଲା ପାତ୍ରପୁର ବ୍ଲକ ତୁରୁବୁଡ଼ି ପଞ୍ଚାୟତ ନିର୍ବାହୀ ଅଧିକାରୀ ରାଜେନ୍ଦ୍ର କୁମାର ବେହେରା ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି। ୬ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଗୁରୁବାର ଭିଜିଲାନ୍ସ ତାଙ୍କୁ ଗିରଫ କରିଛି।

ସୂଚନା ଅନୁଯାୟୀ, ପୁହୁଣ୍ଡି ଗ୍ରାମର ହୃଷିକେଶ ଗୌଡ଼ଙ୍କ ପତ୍ନୀ ଶ୍ରୀମତି ଗୌଡ଼ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଘର ନିର୍ମାଣ କରିଛନ୍ତି। ଏହାର ଶେଷ କିସ୍ତି ୩୦ ହଜାର ଟଙ୍କାର ଦେବା ଲାଗି ଶ୍ରୀମତୀ ଗୌଡ଼ ବହୁବାର ପଞ୍ଚାୟତ ନିର୍ବାହୀ ଅଧିକାରୀ ରାଜେନ୍ଦ୍ର କୁମାର ବେହେରାଙ୍କ ପାଖକୁ ‌ଦୗଡ଼ି ନିରାଶ ହୋଇଥିଲେ। ରାଜେନ୍ଦ୍ର ଶ୍ରୀମତୀ ଗୌଡ଼ଙ୍କୁ ୬ ହଜାର ଟଙ୍କା ଲାଞ୍ଚ ମାଗିଥିଲେ। ଏନେଇ ଶ୍ରୀମତୀ ଗୌଡ଼ ଭିଜିଲାନ୍ସର ଦ୍ବାରସ୍ଥ ହୋଇଥିଲେ। ଆଜି ରାଜେନ୍ଦ୍ର ଶ୍ରୀମତୀଙ୍କଠାରୁ ୬ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ପୂର୍ବ ଯୋଜନା ମୁତାବକ ଭିଜିଲାନ୍ସ ତାଙ୍କୁ ମାଡ଼ିବସିଥିଲା। ଲାଞ୍ଚ ଟଙ୍କା ଜବତ କରାଯିବା ସହ ରାଜେନ୍ଦ୍ର କୁମାର ବେହେରାଙ୍କୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଛି। ଏଥିସହ ତାଙ୍କର ପୈତୃକ ବାସଭବନ ଓ ଭଡ଼ା ଘରେ ମଧ୍ୟ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି।

Hot this week

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

Related Articles

Popular Categories