www.samajalive.in
Saturday, December 13, 2025
26.1 C
Bhubaneswar

ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଶିଶୁ ମୃତ, ଜାଆଁଳା ଭାଇ ଗୁରୁତର

ଦେବଗଡ଼଼: ବାରକୋଟ ଥାନା ଅନ୍ତର୍ଗତ ଚନ୍ଦନଖୁଣ୍ଟି ଗ୍ରାମରେ ଗୁରୁବାର ଅପରାହ୍ନରେ ଜୀବନ୍ତ ତାର ସଂସ୍ପର୍ଶରେ ଆସି ଜଣେ ୫ ବର୍ଷର ଶିଶୁର ମୃତ୍ୟୁ ଘଟିଛି। ସେହିପରି ଅନ୍ୟ ଜଣେ ଶିଶୁ ଗୁରୁତର ଅବସ୍ଥାରେ ଦେବଗଡ଼଼ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଥିବା ଜଣାପିିଛି।

ସୂଚନା ଅନୁଯାୟୀ, ଆଜି ଅପରାହ୍ନ ପ୍ରାୟ ୪ଟା ସମୟରେ ଚନ୍ଦନଖୁଣ୍ଟି ଗ୍ରାମର ମହେଶ୍ୱର ନାୟକଙ୍କ ୨ ଜାଆଁଳା ପୁଅ ଓମ ନାୟକ(୫) ଓ ସାଇ ନାୟକ(୫) ଘର ଅଗଣାରେ ଖେଳିସାରି ଘର ଭିତରକୁ ପ୍ରବେଶ କରୁଥିଲେ। ଏହି ସମୟରେ ଘର ଗଳିରେ ହାତ ପାଆନ୍ତାରେ ଥିବା ଉଚ୍ଚ କ୍ଷମତା ସମ୍ପନ୍ନ(ସର୍ଭିସ ଲାଇନ) ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଗୁରୁତର ଆହତ ହୋଇଥିଲେ। ପରିବାର ଲୋକେ ସଉଭୟଙ୍କୁ ୧୦୮ ଆମ୍ବୁଲାନ୍ସ ଯୋଗେ ଦେବଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟକୁ ଆଣିଥିଲେ। ମାତ୍ର ସେଠାରେ ଡାକ୍ତର ସାଇକୁ ମୃତ ଘୋଷଣା କରିଥିଲେ। ଓମ୍‍ ଗୁରୁତର ଅବସ୍ଥାରେ ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସାଧିନ ଥିବା ଜଣାପଡ଼ିଛି।

- Advertisement -

 

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories