www.samajalive.in
Saturday, December 6, 2025
26.1 C
Bhubaneswar

ଗଡ଼ିଲା ସୁଭଦ୍ରାଙ୍କ ଦର୍ପଦଳନ ରଥ; ବଡ଼ ଭାଇ ପଛେପଛେ ଯାଉଛନ୍ତି ସାନ ଭଉଣୀ

ପୁରୀ: ବଡ଼ ଦାଣ୍ଡରେ ଗଡ଼ିଲା ଭଉଣୀ ସୁଭଦ୍ରାଙ୍କ ଦର୍ପଦଳନ ରଥ । ରଥରେ ସୁଭଦ୍ରାଙ୍କ ସମସ୍ତ ନୀତିକାନ୍ତି ସମ୍ପନ୍ନ ହେବା ପରେ ଭକ୍ତଙ୍କ ଗହଣରେ ଦର୍ପଦଳନ ଗଡ଼ିଛି । ଗଜପତି ମହାରାଜା ରଥରେ ଛେରାପହଁରା କରିବା ପରେ ରଥରୁ ଚାରମାଳ ଫିଟାଯାଇଥିଲା ।  ପରେ ପରେ ଘୋଡ଼ା ଯୋଖା ଯିବା ପରେ ଭକ୍ତମାନେ ଦର୍ପଦଳନ ରଖକୁ ଟାଣିନେଇଛନ୍ତି । ରଥ ଟାଣିବା ସମୟରେ ହୁଳହୁଳି ଓ ହରିବୋଲ ଶବ୍ଦରେ ଫାଟି ପଡ଼ୁଛି ବଡ଼ଦାଣ୍ଡ ।

ନିର୍ଦ୍ଧାରିତ ସମୟ ପୂର୍ବରୁ ରଥଟଣା ଆରମ୍ଭ ହୋଇଥିବାରୁ ଭକ୍ତଙ୍କ ମଧ୍ୟରେ ବେଶ୍‌ ଖୁସି ଦେଖିବାକୁ ମିଳିଛି । ଭୋରରୁ ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ସମସ୍ତ ନୀତି ସମ୍ପନ୍ନ ହେବା ପରେ ପ୍ରଥମେ ସକାଳୁ ସକାଳୁ ଗୋଟି ପହଣ୍ଡିରେ ରଥରେ ବିଜେ କରିଥିଲେ ଚକ୍ରରାଜ ସୁଦର୍ଶନ । ଦ୍ୱିତୀୟରେ ବଡ଼ ଭାଇ ବଳଭଦ୍ରଙ୍କ ପହଣ୍ଡି ବିଜେ ଆରମ୍ଭ ​‌ହୋଇ ତାଳଧ୍ୱଜ ରଥରେ ବିଜେ କରିଥିଲେ  । ପରେ ପରେ ଭଉଣୀ ସୁଭଦ୍ରାଙ୍କୁ ସେବାୟତ ମାନେ ହାତରେ ଝୁଲାଇ ଝୁଲାଇ ଦର୍ପଦଳନରେ ବିଜେ କରାଇଥିଲେ । ଶେଷରେ ମହାପ୍ରଭୁ ଶ୍ରୀ ଜଗନ୍ନାଥ ନନ୍ଦିଘୋଷ ରଥରେ ବିଜେ କରିଥିଲେ ।

- Advertisement -

ରଥରେ ମହାପ୍ରଭୁଙ୍କ ସମସ୍ତ ରୀତିନୀତି ସମ୍ପନ୍ନ ହେବା ପରେ ଗଜପତି ମହାରାଜ ଛେରା ପହଁରା କରିବା ପରେ ରଥରୁ ଚାରମାଳ ଫିଟାଯାଇ ବଡ଼ ଭାଇ ବଳଭଦ୍ରଙ୍କ ତାଳଧ୍ୱଜ ରଥଟଣା ଆରମ୍ଭ ହୋଇଥିଲା ପରେ ସୁଭଦ୍ରାଙ୍କ ଦର୍ପଦଳନ ରଥ ଟଣା ଆରମ୍ଭ ହୋଇଛି । ଏହାପରେ ଗଡ଼ିବ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନନ୍ଦିଘୋଷ ରଥ । ୨ ବର୍ଷ ପରେ ଭକ୍ତଙ୍କ ଗହଣରେ ରଥଯାତ୍ରା ହେଉଥିବାରୁ ପ୍ରଶାସନ ପକ୍ଷରୁ ସମସ୍ତ ବ୍ୟବସ୍ଥା କରାଯାଇଛି । ବଡ଼ ଦାଣ୍ଡରେ ଭକ୍ତଙ୍କ ଉପରେ ପାଣି ଛିଞ୍ଚାଯିବା ସହ ସୁରକ୍ଷା ପାଇଁ ଆମ୍ବୁଲାନ୍ସ ଓ ବ୍ୟାପକ ପୁଲିସ ମୁତୟନ ହୋଇଛନ୍ତି ।

Hot this week

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

Related Articles

Popular Categories