www.samajalive.in
Tuesday, December 9, 2025
15.1 C
Bhubaneswar

ପିପିଲିରେ ରଥଯାତ୍ରା ମହାସମାରୋହରେ ସଂପନ୍ନ

ପିପିଲି: କରୋନା ମହାମାରୀ ଯୋଗୁଁ ଦୁଇବର୍ଷ ପରେ ଶୁକ୍ରବାର ପବିତ୍ର ଘୋଷଯାତ୍ରାରେ ପୁଣି ଥରେ ଭକ୍ତ ଓ ଭଗବାନଙ୍କ ଅପୂର୍ବ ମିଳିନ ହୋଇଛି। ପିପିଲିର ଆରାଧ୍ୟ ଠାକୁର ପ୍ରଭୁ ଶ୍ରୀପତିତପାବନ ଦେବ ଭକ୍ତଙ୍କ ଗହଣରେ ଘୋଷଯାତ୍ରା କରିଥିବା ବେଳେ ଏଥିଯୋଗୁଁ ପିପିଲିର ରଥଟଣା ରାସ୍ତା ଜୟ ଜଗନ୍ନାଥ, ହରିବୋଲ, ହୁଳହୁଳି ଧ୍ୱନୀରେ କମ୍ପି ଉଠିଥିଲା।

ପିପିଲି ପୌରାଞ୍ଚଳ ଅନ୍ତର୍ଗତ ଦରଜୀସାହି ସ୍ଥିତ ପ୍ରଭୁ ଶ୍ରୀପତିତପାବନ ଦେବଙ୍କ ମନ୍ଦିରରେ ଶୁକ୍ରବାର ସକାଳେ ମହାପ୍ରଭୁ ଶ୍ରୀଜଗନ୍ନାଥ, ବଡଭାଇ ବଳଭଦ୍ର ଓ ଦେବୀ ସୁଭଦ୍ରାଙ୍କର ବିଭିନ୍ନ ରିତିନୀତି ସଂପନ୍ନ କରାଯିବା ପରେ ପୂର୍ବାହ୍ନ ୧୦ଟା ୧୫ ମିନିଟରେ ପହଣ୍ଡି କରାଯାଇ ଠାକୁରମାନଙ୍କୁ ରଥାରୁଢ କରାଯାଇଥିଲା। ମନ୍ଦିରର ମୁଖ୍ୟପୂଜକ ଲକ୍ଷ୍ମୀଧର ପଣ୍ଡାଙ୍କ ଦ୍ୱାରା ପୂଜାର୍ଚ୍ଛନା କରାଯାଇଥିବା ବେଳେ ଦଇତାସେବକ ଜୟଦେବ ମହାପାତ୍ର, ଅକ୍ଷୟ ମହାପାତ୍ର ଓ ଚନ୍ଦନ ମହାପାତ୍ର ଠାକୁରଙ୍କ ବିଭିନ୍ନ ସେବାନିତୀ କରିଥିଲେ। ପୂର୍ବତନ ପୌରାଧ୍ୟକ୍ଷ ତଥା ସମାଜସେବୀ ଗୋକୁଳାନନ୍ଦ ମହାନ୍ତି ଠାକୁର ମାନଙ୍କର ଛେରା ପହଁରା କରିବା ପରେ ମଧ୍ୟାହ୍ନ ସାଢେ ଗୋଟାଏ ସମୟରେ ରଥଟଣା ଆରମ୍ଭ ହୋଇଥିଲା। ଘଣ୍ଟ, ଘଣ୍ଟା, କାହାଳୀ, ମୃଦଙ୍ଗ ସାଙ୍ଗକୁ ହରିବୋଲ, ହୁଳହୁଳି ଧ୍ୱନିରେ ରଥଟଣା ରାସ୍ତା ପ୍ରକମ୍ପିତ ହୋଇଥିଲା। ଶ୍ରୀପତିତପାବନ ଦେବଙ୍କ ମନ୍ଦିର ଠାରୁ ମଢିଆଳି ସାହି ସ୍ଥିତ ମା’ପଢେଇଶୁଣି ଠାକୁରାଣୀଙ୍କ ମନ୍ଦିର ପର୍ଯ୍ୟନ୍ତ ଦୀର୍ଘ ଅଢେଇ କିଲୋମିଟର ରାଜପଥ ଉପରେ ଶତାଧିକ ଭକ୍ତ ଆନନ୍ଦ ଓ ଉତ୍ସାହର ସହ ରଥକୁ ଟାଣି ନେଇଥିଲେ। ରଥ ଉପରେ ଲକ୍ଷ୍ମୀଧର ମିଶ୍ର ଡାହୁକ ରୂପେ କାର୍ଯ୍ୟ ସଂପାଦନ କରିଥିଲେ। ଅପରାହ୍ନ ୫ଟାରେ ମଢିଆଳିସାହି ଗ୍ରାମ୍ୟ ଛକଠାରେ ରଥ ପହଞ୍ଚିବା ପରେ ତିନି ଠାକୁରଙ୍କୁ ପହଣ୍ଡି କରାଯାଇ ମା’ ପଢେଇଶୁଣି ଠାକୁରାଣୀଙ୍କ ମନ୍ଦିର ସଂଲଗ୍ନ ମାଉସୀ ମା’ଙ୍କ ମନ୍ଦିରକୁ ନିଆଯାଇଥିଲା। ପିପିଲି ରଥଯାତ୍ରା ପରିଚାଳନା କମିଟିର ସଭାପତି ଇଂ ରମେଶ ଚନ୍ଦ୍ର ଶତପଥି, ଉପସଭାପତି ବାମଦେବ ମିଶ୍ର, ସଂପାଦକ ପ୍ରଭାତ କୁମାର ମହାପାତ୍ର, ରମେଶ ଚନ୍ଦ୍ର ମହାପାତ୍ର, ଉପଦେଷ୍ଠା ତଥା ବରିଷ୍ଠ ଆଡ଼ଭୋକେଟ ସୁଧିର ମହାନ୍ତି, ସୁରେନ୍ଦ୍ର ମହାପାତ୍ର, ରମେଶ ଚନ୍ଦ୍ର ମହାପାତ୍ର, ପ୍ରଭାକର ପଣ୍ଡା, ମନ୍ଦିରର ଟ୍ରଷ୍ଟି ସୁରେଶ ଚନ୍ଦ୍ର ମହାପାତ୍ର, ମନ୍ଦିର ପରିଚାଳନା କମିଟିର ମୁଖ୍ୟ ଉପଦେଷ୍ଠା ନୃସିଂହ ମହାପାତ୍ର, ସମାଜସେବୀ ମନୋଜ ପ୍ରଧାନ, ଶିକ୍ଷାବିତ୍‍ ସଚ୍ଚିଦାନନ୍ଦ ନାୟକ, ରଘୁନାଥ ଦାଶ, ନନ୍ଦ କିଶୋର ମହାପାତ୍ର, ପରିଚାଳନା କମିଟିର ସଭାପତି ବବୁଲ ମହାପାତ୍ର, ଉପସଭାପତି ଦେବବ୍ରତ ମହାପାତ୍ର, ସଂପାଦକ ଦେବାଶିଷ ମହାପାତ୍ର, କୋଷାଧ୍ୟକ୍ଷ ରାକେଶ ମହାପାତ୍ର ପ୍ରମୁଖ ଏହି ରଥଯାତ୍ରାକୁ ପରିଚାଳନା କରିଥିଲେ। ପିପିଲି ତହସିଲଦାର ପୁନମ ମହାପାତ୍ରଙ୍କ ସମେତ ଶାନ୍ତି ଶୃଙ୍ଖଳା ରକ୍ଷା ଓ ଟ୍ରାଫିକ ନିୟନ୍ତ୍ରଣ ପାଇଁ ପିପିଲି ପୁଲିସ ଉପସ୍ଥିତ ରହିଥିଲେ। ପିପିଲି କଲେଜର ସମର ଶିକ୍ଷାର୍ଥୀ ବାହିନୀ, ବିଦ୍ୟୁତ ବିଭାଗର କର୍ମଚାରୀଙ୍କ ସମେତ ବିଭିନ୍ନ ଅନୁଷ୍ଠାନର କର୍ମକର୍ତ୍ତାମାନେ ଏଥିରେ ସହଯୋଗ କରିଥିଲେ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories